Advertisment

ରେଭେନ୍ସା ନାଁ ବିବାଦ, ନବୀନଙ୍କ ପରୋକ୍ଷ ନିଶାନା !

ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗରେ ନବୀନଙ୍କ ପରୋକ୍ଷରେ ନିଶାନା । ମହାପୁରୁଷଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ କହିଲେ ନବୀନ ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Naveen Patnaik

Naveen Patnaik

ରେଭେନସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ ପରୋକ୍ଷରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ନିଶାନା।

Advertisment

ନବୀନ ସୋସିଆଲ୍ ମିଡିଆ ଏକ୍ସରେ ଲେଖିଛନ୍ତି ‘ଏହା କ'ଣ ଓଡ଼ିଆ ଅସ୍ମିତା ? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ । ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ୱାରା ଗଢ଼ି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି। ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅତୁଳନୀୟ ଅବଦାନ ରହିଛି।’

ଖାଲି ସେତିକି ନୁହେଁ ସେ ଆହୁରି ଲେଖିଛନ୍ତି, ‘ଓଡ଼ିଶାର ସାମଗ୍ରିକ ବିକାଶରେ ମୟୂରଭଞ୍ଜ ରାଜପରିବାରର ଅବଦାନ ସମସ୍ତେ ଜାଣନ୍ତି। ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଛନ୍ତି।  ଆଗାମୀ ପୀଢ଼ି ପାଇଁ ଏହା କି ବାର୍ତ୍ତା ଦେବ ? ସାମୟିକ ସଫଳତାର ଉଲ୍ଲାସରେ ମଦମତ୍ତ ନେତାମାନେ ଆଜି ନୂଆ ଇତିହାସ ଲେଖିବା ଆରମ୍ଭ କରିଛନ୍ତି। ସେମାନେ ମନେ ରଖିବା ଉଚିତ, ହିମାଳୟ ପରି ଉତ୍ତୁଙ୍ଗ ବରପୁତ୍ରମାନଙ୍କ ବ୍ୟକ୍ତିତ୍ୱକୁ ମଳିନ କରିବାକୁ ଚେଷ୍ଟା କଲେ ନିଜର ଅସ୍ତିତ୍ୱ ହରାଇ ବସିବେ।’

Advertisment

Naveen Patnaik BJD BJP
Advertisment
Advertisment