Advertisment

ଶପଥ ଗ୍ରହଣ ପୂର୍ବରୁ ମହାପ୍ରଭୁଙ୍କଠୁ ଆଶିଷ ନେଲେ ରଘୁବର ଦାସ

ଆସନ୍ତକାଲି ସକାଳ ୮ଟା ୪୫ ମିନିଟରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ପୂର୍ବାହ୍ନ ପ୍ରାୟ ୧୧ଟା ୪୫ରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ରହିଛି ।

ଅଦ୍ୟତନ ହୋଇଛି
Odisha New Governor Raghubar Das

Raghubar Das

Advertisment

ପୁରୀରେ ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆସନ୍ତକାଲି ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଆଶିଷ ମାଗିଛନ୍ତି ରଘୁବର ଦାସ । ବେଶ୍ କିଛି ସମୟ ଧରି ସେ ଶ୍ରୀମନ୍ଦିରରେ ପରିଭ୍ରମଣ କରିଥିଲେ ।

Advertisment

ଆସନ୍ତକାଲି ସକାଳ ୮ଟା ୪୫ ମିନିଟରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ପୂର୍ବାହ୍ନ ପ୍ରାୟ ୧୧ଟା ୪୫ରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ରହିଛି । ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କ ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡିଶା ଆସିଛନ୍ତି । ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ୍ ଅନୁଯାୟୀ Z+ ସୁରକ୍ଷା ପ୍ରଦାନ କରାଯାଇଛି ।

ମହାପ୍ରଭୁଙ୍କୁ ଦର୍ଶନ ପରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି । ଓଡ଼ିଶାର ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି ରଘୁବର । ତାହା ସହିତ ସେ ଆହୁରି କହିଛନ୍ତି, ମୁଁ ବହୁତ ଭାଗ୍ୟଶାଳୀ, ଓଡ଼ିଶାର ଜନତାଙ୍କ ସେବା କରିବାର ସୌଭାଗ୍ୟ ମିଳିଲା । ଗରିବ, ଶୋଷିତ, ବଞ୍ଚିତଙ୍କ ଜୀବନସ୍ତର ଯେମିତି ଉଚ୍ଚକୁ ଉଠିବ, ସେ ଦିଗରେ ଚେଷ୍ଟା କରିବି । କେନ୍ଦ୍ର ଓ ରାଜ୍ୟର ଯୋଜନା ଗରିବଙ୍କ ଯାଏ ପହଞ୍ଚିବା ଦାୟିତ୍ୱ ନେବି ବୋଲି ସେ କହିଛନ୍ତି ।

Advertisment

ଜଣେ ମହାସେବକ ଭାବେ ଗରିବଙ୍କ ଯାଏ ଯୋଜନା ପହଞ୍ଚିବା ଦାୟିତ୍ୱ ନେବି । ରାଜଭବନ ଦ୍ୱାର ଗରିବ ଲୋକଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ବୋଲି ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମ ଆଗରେ କହିଛନ୍ତି ।

Lord Jagannath Odisha Governor Raghubar Das
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ