ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି । ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ । ଫେବ୍ରୁଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବ୍ରୁଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ । ୨୭ ଫେବ୍ରୁଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ ।
ସେହିଦିନ ଅପରାହ୍ଣ ୫ ଟାରୁ ଭୋଟ ଗଣତି କରାଯିବ । ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ । ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି ।
Also Read
ଏନେଇ ଜାନୁଆରୀ ୨୯ ତାରିଖ ଦିନ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ଶେଷ ହେଉଛି । କାର୍ଯ୍ୟକାଳ ସରୁଥିବା ସାଂସଦମାନଙ୍କ ଭିତରୁ କେହି ରିପିଟ୍ ହେବାର ସମ୍ଭାବନା କମ୍ ଥିବାରୁ ବିଜେଡି ସୁପ୍ରିମୋ କେଉଁ ନୂଆ ଚେହେରାକୁ ପଠାଇବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି ।
୧୫ଟି ରାଜ୍ୟର ମୋଟ୍ ୫୬ ଜଣଙ୍କ କାର୍ଯ୍ୟକାଳ ବି ପୂରୁଥିବାରୁ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନ । ଏଥିପାଇଁ ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ନିର୍ବାଚନ । ୮ ତାରିଖରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ରେ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି ।