Advertisment

ବିଧାନସଭାରେ ଅଭିଭାଷଣ ରଖିଲେ ରାଜ୍ୟପାଳ; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ କଲେ ପ୍ରଶଂସା

ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରି ରାଜ୍ୟପାଳ କହିଛନ୍ତି, ୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ ହୋଇଛି, ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି ।

author-image
Tanmay Kumar Mahalik
ଅଦ୍ୟତନ ହୋଇଛି
Odisha Assembly Budget session begins with Governor’s address

Odisha Assembly Budget session begins with Governor’s address

ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଗୃହରେ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ । ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏଥିସହ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରି ରାଜ୍ୟପାଳ କହିଛନ୍ତି, ୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ ହୋଇଛି, ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି ।

Advertisment

ଖାଲି ସେତିକି ନୁହେଁ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପକୁ ନେଇ ନିଜର ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ । ରାଜ୍ୟପାଳ ରଘୁବର ଦାସ କହିଛନ୍ତି, ମା’ ସମଲେଇ ପ୍ରକଳ୍ପ ଲୋକାର୍ପିତ ହୋଇଛି । ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କରିଛନ୍ତି ରାଜ୍ୟ ସରକାର । ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ ବୋଲି ରାଜ୍ୟପାଳ କହିଛନ୍ତି ।

ଏହା ଛଡ଼ା ରାଜ୍ୟପାଳ ଆହୁରି କହିଛନ୍ତି ଯେ, ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି । ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି । ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଏଥି ସହିତ ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ରାଜ୍ୟପାଳ କହିଛନ୍ତି ।

Advertisment

ପ୍ରତି ପରିବାରକୁ ୫ ଲକ୍ଷ, ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି । ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ କରାଯାଇଛି । ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣା ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ଦିଆଯାଉଥିବା କହିଛନ୍ତି ରାଜ୍ୟପାଳ ।

ଅଭିଭାଷଣରେ ରାଜ୍ୟପାଳ ଆହୁରି କହିଛନ୍ତି ଯେ, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପରିବାରକୁ ଚାଉଳ ଦେଉଛି ରାଜ୍ୟ । ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି । ୧୭.୧୧ ଲକ୍ଷ ଚାଷୀଙ୍କ ଠାରୁ ୭୯.୧୬ ଲକ୍ଷ ଟନ୍‌ ଧାନ ସଂଗ୍ରହ ହୋଇଛି । ରାଜ୍ୟର ୪୦% ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି । ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି । ସମୟ ପୂର୍ବରୁ ଘର ସରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ରାଶି ଦିଆଯାଇଛି । ମଧ୍ୟବିତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଆରମ୍ଭ ହୋଇଥିବା ରାଜ୍ୟପାଳ ଆଜି ବିଧାନସଭାରେ କହିଛନ୍ତି ।

Odisha Assembly Budget Session Governor
Advertisment
Advertisment