• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ହଟ୍ଟଗୋଳ କରିଥିଲେ ବିଜେପି ବିଧାୟକ । ବିଜେପି ଆଣିଥିବା ମୁଲତବି ପ୍ରସ୍ତାବ ଗୃହିତ ନ ହେବାରୁ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ମନ୍ତ୍ରୀ ବଡ଼ ନା ସଚିବ ବଡ଼ ପ୍ରସଙ୍ଗକୁ ନେଇ ବିରୋଧୀ ଗୃହରେ ମୁଲତବି ପ୍ରସ୍ତାବ ଆଣିଥିଲେ ।

ହେଲେ ଏହାକୁ ଗୃହିତ ନ ହେବାରୁ ହଟ୍ଟଗୋଳ କରିଥିଲେ ବିଜେପି ବିଧାୟକ । ସେହିପରି ଜାତୀୟ ରାଜପଥରେ ଓଡ଼ିଶାକୁ ଅବହେଳା ପ୍ରସଙ୍ଗ ଉଠାଇଲା ବିଜେଡି ମଧ୍ୟ କେନ୍ଦ୍ର ଉପରେ ବର୍ଷିଥିଲା । ପରେ ପରେ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବି କଲେ ବାଚସ୍ପତି ପ୍ରମିଳା ମଲ୍ଲିକ ।

  • Reported by:
  • HARIHARA CHAND