• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଖୁବ ଶୀଘ୍ର ବଛାହେବ ବିଧାନସଭା ମୁଖିଆ । ଜୁନ୍ ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ । ଏଥିପାଇଁ ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ । ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ଭାବେ ନାମାଙ୍କନ ପତ୍ର ଦାଖଲ କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି ।

ସୂଚନାଯୋଗ୍ୟ ଜୁନ୍‌ ୪ ତାରିଖରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ମନ୍ତ୍ରିମଣ୍ଡଳ ଅଦଳବଦଳ ନେଇ ଚର୍ଚ୍ଚା ହେଉଥିବା ବେଳେ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଥିଲେ ଉପବାଚସ୍ପତି । ୨୦୧୯ ଜୁନ୍ ପହିଲାରୁ ବାଚସ୍ପତି ଥିଲେ ସୂର୍ଯ୍ୟ ନାରାୟଣ ପାତ୍ର ।