ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ; ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍...

ପୁରୀରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ଉଦଘାଟନ କରିବେ ଜେପି ନଡ୍ଡା । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ପ୍ରସ୍ତୁତ ହେବ ଆଗାମୀ ରଣନୀତି ।

BJP State executive committee meeting

ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ। ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍ । ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। 

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।

ଅଧିକ ପଢ଼ନ୍ତୁ: କ୍ଷମତାରେ ଥିଲା ବେଳେ ପଚାଲିଲେନି, ଏବେ ଛାୟା କ୍ୟାବିନେଟ୍ ଢାଞ୍ଚା..!

କାର୍ଯ୍ୟକାରିଣୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ ଓ ବିଧାୟକ ସାମିଲ ହେବେ। ସେହିପରି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗଦେବେ।