Advertisment

ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ

ସୁଜ୍ଞାନଙ୍କୁ ଭେଟିବା ପାଇଁ ଏବଂ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇରେ ପହଞ୍ଚିଛନ୍ତି।

ଅଦ୍ୟତନ ହୋଇଛି
V Sugnana Kumari Deo

V Sugnana Kumari Deo

Advertisment

ଗୁରୁତର ଅସୁସ୍ଥ ଅଛନ୍ତି ବରିଷ୍ଠ ବିଜେଡି ନେତ୍ରୀ ତଥା ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ। ତାଙ୍କୁ ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପଟାଲରେ ଭର୍ତ୍ତି କରାଯାଇଛି। ସୁଜ୍ଞାନଙ୍କୁ ଭେଟିବା ପାଇଁ ଏବଂ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇରେ ପହଞ୍ଚିଛନ୍ତି। ହସ୍ପିଟାଲକୁ ଯାଇ ଡାକ୍ତରଙ୍କ ସହ କଥା ହେବା ସହ ସୁଜ୍ଞାନଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ଅବଗତ ହୋଇଛନ୍ତି।

Advertisment

ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଜ୍ଞାନ କୁମାରୀ ସମ୍ପୂର୍ଣ୍ଣ ଅସୁସ୍ଥ ହୋଇପଡ଼ିଛନ୍ତି। ତୁରନ୍ତ ଆରୋଗ୍ୟ ଲାଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଥିବା କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ, ବିଧାୟିକା ଉଷା ଦେବୀ ଏବଂ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଚେନ୍ନାଇ ଯାଇଛନ୍ତି।

ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ଲଗାତର ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ ଦେଓ। ଖଲ୍ଲିକୋଟ ରାଣୀ ଭାବେ ବି ରହିଛି ତାଙ୍କର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରଭାବ।

Advertisment
CM Naveen Patnaik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ