Advertisment

ନବୀନ ଭରିବେ ଦ୍ବିତୀୟ ନାମାଙ୍କନ,କଣ୍ଟାବାଞ୍ଜିରୁ ପ୍ରଥମ ଥର ପାଇଁ ନିର୍ବାଚନ ଲଢ଼ିବେ ମୁଖ୍ୟମନ୍ତ୍ରୀ

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ । ନବୀନଙ୍କ ଏହା ଦ୍ବିତୀୟ ନିର୍ବାଚନ କ୍ଷେତ୍ର । କଣ୍ଟାବାଞ୍ଜିରୁ ପ୍ରଥମ ଥର ପାଇଁ ନିର୍ବାଚନ ଲଢ଼ିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳିରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ

ଅଦ୍ୟତନ ହୋଇଛି
CM Naveen Patnaik to file nomination

CM Naveen Patnaik to file nomination

Advertisment

କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ବିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ହେଲିକପ୍ଟର ଯୋଗେ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Advertisment

ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ନାମାଙ୍କନପତ୍ର ଭରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବ । ପୂର୍ବରୁ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଟିଟିଲାଗଡ଼ ସହର ପରିକ୍ରମା କରିବା ସହ ଉପଜିଲ୍ଲାପାଳ ଅଫିସକୁ ନିଜ ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ପତ୍ର ଦାଖଲ କରିଥିଲେ । ଚଳିତ ନିର୍ବାଚନରେ ସ୍ୱାସ୍ଥ୍ୟ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ପାନୀୟ ଜଳ ନିଅଣ୍ଟ, ଭଳି ସମସ୍ୟାକୁ ନେଇ ବିଜେପି ମଇଦାନକୁ ଓହ୍ଲାଇବ ବୋଲି ଲକ୍ଷ୍ମଣ ବାଗ କହିଛନ୍ତି ।

ଅଧିକ ପଢ଼ନ୍ତୁ: କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କଲା BJD

CM Naveen Patnaik Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ