Advertisment

CM Grievance cell: ଅଧିକାରୀଙ୍କୁ ଚେତାବନୀ; ଲୋକଙ୍କ ସମସ୍ୟା ତୁରନ୍ତ ସମାଧାନ କର, ନ ହେଲେ କାର୍ଯ୍ୟାନୁଷ୍ଠାନ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, ସମସ୍ତ ବିଭାଗ, ପୋଲିସ ମହାନିର୍ଦ୍ଦେଶକ, ପୋଲିସ କମିଶନର, ଏସପି ଓ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ କୁହାଯାଇଛି।

ଅଦ୍ୟତନ ହୋଇଛି
CMO

CMO

Advertisment

ଆକ୍ସନ୍ ମୁଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାର୍ୟ୍ୟାଳୟ। ଜନଶୁଣାଣିରେ ଲୋକମାନେ ଆଣୁଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନ ହେଲେ ଏଣିକି ଅଧିକାରୀଙ୍କ ଉପରେ ନିଆଯିବ କାର୍ୟ୍ୟାନୁଷ୍ଠାନ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଚିଠି ମାଧ୍ୟମରେ କୁହାଯାଇଛି।

Advertisment

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, ସମସ୍ତ ବିଭାଗ, ପୋଲିସ ମହାନିର୍ଦ୍ଦେଶକ, ପୋଲିସ କମିଶନର, ଏସପି ଓ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ କୁହାଯାଇଛି। ଦୀର୍ଘ ଦିନଧରି ତ୍ୱରିତ ପଦକ୍ଷେପ ନେବାରେ ବିଳମ୍ବ ହେଉଥିବାରୁ ଏହାକୁ ଗୁରୁତର ସହ ନେଇ ସମସ୍ୟାର ସମାଧାନ କରିବାକୁ ଦୃଷ୍ଟି ଆକର୍ଷଣ କରାଯାଇଛି।

କିଛି ଲୋକ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି। ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

Advertisment

ଯେଉଁ ଅଧିକାରୀଙ୍କ ଅବହେଳା ଯୋଗୁଁ ଏଭଳି ସମସ୍ୟା ସୃଷ୍ଟି ହେଉଛି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଚିଠିରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ଅନ ସ୍ପଟ୍ ଆକ୍ସନ ନେଉଛନ୍ତି। କିଛି ଦିନ ତଳେ ବାଲାଙ୍ଗିର ସଇଁତଳାର ୧୨ ବର୍ଷର ଆଲୋକ ବଧିର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ। ସେ ଠିକ୍‌ରେ ଚାଲି ପାରୁନଥିଲେ।

Advertisment

ଚିକିତ୍ସା ପାଇଁ ପୁଅକୁ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ ବାପା। ହେଲେ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା କ୍ଷଣି ମୁଖ୍ୟମନ୍ତ୍ରୀ ଆଖି ପଡ଼ିଥିଲା ଆଲୋକଙ୍କ ଉପରେ। ସିଧାସଳଖ ଆଲୋକଙ୍କ ପାଖକୁ ଯାଇ ତାଙ୍କର ସ୍ୱାସ୍ଥ୍ୟ ସମସ୍ୟା କଥା ପଚାରି ବୁଝିଥିଲେ। ଆଉ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସପିଟାଲ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଆଲୋକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଅଧିକ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୁରକ୍ଷାରେ ତ୍ରୁଟି, ପାଖରେ ଖସିଲା ଡ୍ରୋନ।

Bhubaneswar CMO Odisha CMO
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ