Advertisment

ପଞ୍ଚାୟତ ନିର୍ବାଚନ ପାଇଁ ବଢ଼ିଲା ଖର୍ଚ୍ଚ ସୀମା

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକରେ ୪ ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ମଦମୁକ୍ତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକରେ ପ୍ରସ୍ତାବ ଆସିଥିଲା ନିର୍ବାଚନର ୭ ଦିନ ପୂର୍ବରୁ ମଦକୁ ବନ୍ଦ କରିବାକୁ ପ୍ରସ୍ତାବ ଆସିଛି।

ଅଦ୍ୟତନ ହୋଇଛି
Panchayat Election

Panchayat Election

Advertisment

ଭୁବନେଶ୍ୱର: ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବଢ଼ିଲା ଖର୍ଚ୍ଚ ସୀମା। ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ଖର୍ଚ୍ଚ ସୀମା ୫ ଲକ୍ଷ ଟଙ୍କା ବଢ଼ିଛି। ପଞ୍ଚାୟତ ସମିତି ସଭ୍ୟ ଓ ସରପଞ୍ଚ ୨ ଲକ୍ଷ ଲେଖାଏଁ ଖର୍ଚ୍ଚ କରିପାରିବେ। ଆଜି ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ସର୍ବଦଳୀୟ ବୈଠକ ବସିଥିଲା। ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ।

Advertisment

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକରେ ୪ ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ମଦମୁକ୍ତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକରେ ପ୍ରସ୍ତାବ ଆସିଥିଲା ନିର୍ବାଚନର ୭ ଦିନ ପୂର୍ବରୁ ମଦକୁ ବନ୍ଦ କରିବାକୁ ପ୍ରସ୍ତାବ ଆସିଛି। ସେହିପରି ଭୋଟର ତାଲିକା ତ୍ରୁଟିଶୂନ୍ୟ କରିବାକୁ ଏହି ବୈଠକରେ ପ୍ରସ୍ତାବ ଆସିଥିଲା। 

ତା ଛଡ଼ା ଭୋଟଦାନ ଅବଧି ଆଉ ୨ ଘଣ୍ଟା ବୃଦ୍ଧି କରିବାକୁ ମଧ୍ୟ ପ୍ରସ୍ତାବ ଆସିଛି ବୋଲି ରାଜ୍ୟ ନିର୍ବାଚନ କମିଶନର କହିଥିଲେ। ସେହିପରି ସରପଞ୍ଚ ଓ ସମିତିସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି ପାଇଁ ପ୍ରସ୍ତାବ ଆସିଥିବା ସେ କହିଛନ୍ତି। ପୂର୍ବରୁ ଖର୍ଚ୍ଚ ସୀମା ୮୦ ହଜାର ଟଙ୍କା ଥିବାବେଳେ ଏଥର ଟଙ୍କାକୁ ଡବଲ ବା ୨ ଲକ୍ଷ କରାଯିବାକୁ  ଓ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ଖର୍ଚ୍ଚ ୨ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି କରିବାକୁ ରାଜନୈତିକ ଦଳଗୁଡ଼ିକ ପ୍ରସ୍ତାବ ଦେଇଥିଲେ।

Advertisment

ଜିଲ୍ଲା ପରିଷଦ ସଭ୍ୟଙ୍କୁ ୫ଟି ଜିପ୍ ବା କାର୍ ଏବଂ ୧୦ଟି ବାଇକ୍‌ରେ ଯାଇ ପ୍ରଚାର ଅନୁମତି ମିଳିଥିବାବେଳେ ପଞ୍ଚାୟତ ସମିତି ସଦସ୍ୟଙ୍କୁ ୨ଟି ଜିପ୍ ବା କାର୍ ଏବଂ ୫ଟି ବାଇକ୍ ପାଇଁ ଅନୁମତି ମିଳିଛି। ସେହିପରି ସରପଞ୍ଚ ୨ଟି ଜିପ୍ ବା କାର୍ ଏବଂ ୫ ବାଇକ୍ ବ୍ୟବହାର କରିପାରିବେ। ତାସହ ପୋଲିଂ ସମୟକୁ ମଧ୍ୟ ରାଜ୍ୟ ନିର୍ବାଚନ କମିଶନ ବଢ଼ାଇଛନ୍ତି। 

Bhubaneswar Panchayat Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ