ବୁଥ୍‌ ମୁହାଁ ଭୋଟର୍‌; ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ

୯ଟା ସୁଦ୍ଧା ୯.୨୫% ମତଦାନ ରେକର୍ଡ କରାଯାଇଛି । କୋରାପୁଟରେ ସର୍ବାଧିକ ୧୩.୧୨ % ଭୋଟିଂ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬.୮୧ % ଭୋଟିଂ ହୋଇଛି।

୯ଟା ସୁଦ୍ଧା ୯.୨୫% ଭୋଟିଂ

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ଭୋଟର୍‌ମାନେ ବୁଥ୍‌କୁ ଯାଇ ଭୋଟ୍ ଦେଉଛନ୍ତି। ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ତେବେ ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ ରେକର୍ଡ କରାଯାଇଛି । କୋରାପୁଟରେ ସର୍ବାଧିକ ୧୩.୧୪ % ଭୋଟିଂ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬.୮୧ % ଭୋଟିଂ ହୋଇଛି।

ସେହିପରି ଗଜପତିରେ ୧୦.୨୦%, କଳାହାଣ୍ଡିରେ ୯.୦୬ %, ମାଲକାନଗିରିରେ ୯.୧୫ %, ନବରଙ୍ଗପୁର ୮.୯୭%, ନୂଆପଡ଼ାରେ ୯.୯୮% ଓ ରାୟଗଡ଼ାରେ ୭.୫୨ % ମତଦାନ ରେକର୍ଡ ହୋଇଛି । ଓଡ଼ିଶାର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଚାଲିଛି ମତଦାନ। ଏଥିପାଇଁ ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ଭୋଟିଂ।

 Live Updates: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟିଂ; ଟିକିନିଖି ଖବର ଜାଣିବାକୁ ଏହି ଲିଙ୍କରେ କ୍ଲିକ କରନ୍ତୁ...

ବ୍ରହ୍ମପୁର ଲୋକସଭା ଆସନର ୭ ବିଧାନସଭା ଆସନ- ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡିରେ ହେଉଛି ଭୋଟ ଗ୍ରହଣ। କଳାହାଣ୍ଡି ଲୋକସଭା ଆସନ ଆସନର ୭ ବିଧାନସଭା ଆସନ- ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ହେଉଛି ମତଦାନ। ନବରଙ୍ଗପୁର ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ- ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ, ମାଲକାନଗିରି ଓ ଚିତ୍ରକୋଣ୍ଡାରେ ଚାଲିଛି ମତଦାନ।

ସେହିପରି କୋରାପୁଟ ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ- ଗୁଣୁପୁର, ବିଷମ କଟକ,ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀରେ ହେଉଛି ମତଦାନ। ପ୍ରଥମ ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି। ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି । ସେହିପରି ୪ଟି ପର୍ଯ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି ।

ଅଧିକ ପଢ଼ନ୍ତୁ: ପ୍ରଥମ ପର୍ଯ୍ୟାୟ ଭୋଟିଂ; ବାଜିରେ ଲାଗିଛି ବହୁ ହେଭିୱେଟ୍‌ ନେତାଙ୍କ ଭାଗ୍ୟ