• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସାତ ପର୍ଯ୍ୟାୟ ବିଶିଷ୍ଟ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପାଖେଇ ଆସୁଛି ସମୟ । ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ । ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର । କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ । ଦିନକ ପରେ ହେବ ମତଦାନ ।

ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ୯ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀରକୁ ମିଶାଇ ମୋଟ୍ ୯୬ ଲୋକସଭା ଆସନ ପାଇଁ ମତଦାନ ହେବ ।

ଆନ୍ଧ୍ର ପ୍ରଦେଶର ସମସ୍ତ ୨୫ ଆସନରେ ମତଦାନ ହେବ । ସେହିଭଳି ତେଲଙ୍କାନାର ୧୭, ଉତ୍ତର ପ୍ରଦେଶର ୧୩, ମହାରାଷ୍ଟ୍ରର ୧୧, ପଶ୍ଚିମବଙ୍ଗର ୮, ମଧ୍ୟପ୍ରଦେଶର ୮, ବିହାରର ୫, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ୪ଟି ଲେଖାଏ ଆସନରେ ହେବ ମତଦାନ ।

ତେବେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜୋରଦାର ରୋଡ୍‌ ସୋ’ କରିଛନ୍ତି । ଯାହାଫଳରେ ସରଗରମ ହୋଇଛି ରାଜନୈତିକ ମହୋଲ । ରୋଡ୍‌ ସୋ’ରେ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ଦେଖି ଖୁସିବ୍ୟକ୍ତ କରିଥିଲେ ମୋଦି । ରୋଡ୍‌ ସୋ’ ପରେ ମୋଦି କହିଛନ୍ତି ଓଡ଼ିଶାରେ ଆସୁଛି ବଡ଼ ଟର୍ଣ୍ଣିଂ ପଏଣ୍ଟ । 

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନ। ଗତକାଲି ରୋଡ୍ ସୋ’ ପରେ ଆଜି ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି। ଫୁଲବାଣୀ, ବଲାଙ୍ଗିର ଏବଂ ବରଗଡ଼ରେ ବିଶାଳ ଜନ ସମାବେଶକୁ ସମ୍ବୋଧନ କରିବେ । ସକାଳ ପ୍ରାୟ ୯ଟାରେ ରାଜଭବନରୁ ବାହାରିବେ । ୯.୦ରେ ବାୟୁସେନାର ସ୍ୱତନ୍ତ୍ର ହେଲିକପଟରରେ ଭୁବନେଶ୍ୱର ଏୟାରପୋର୍ଟରୁ ବାହାରି ୧୦.୨୦ରେ କନ୍ଧମାଳ ହେଲିପ୍ୟାଡ୍‌, ଫୁଲବାଣୀରେ ପହଞ୍ଚିବେ । ସାଢ଼େ ୧୦.୩୦ରେ ଫୁଲବାଣୀ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ।

ଜନସଭା ସାରି ସେଠାରୁ ହେଲିକପଟରରେ ବଲାଙ୍ଗିର ଅଭିମୁଖେ ବାହାରିବେ । ବଲାଙ୍ଗିର ଉପକଣ୍ଠ ପଥରଚେପା ପଡ଼ିଆରେ ବିଜୟ ସଂକଳ୍ପ ସମାବେଶରେ ୧୨ଟାରେ ଯୋଗଦେବେ ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ପ୍ରଶାସନ ତରଫରୁ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା ସହ ମକଡ୍ରିଲ କରାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now