Advertisment

ଡ୍ୟୁଟିରେ ଗୁରୁତର ଅବହେଳା ନେଇ ଗିରଫ ହେବେ ୨ ପ୍ରିଜାଇଡିଂ ଅଫିସର

୨ ପ୍ରିଜାଇଡିଂ ଅଫିସରଙ୍କୁ ସସପେଣ୍ଡ ସହ ଗିରଫ କରିବା ନେଇ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା CEO ସୂଚନା ଦେଇଛନ୍ତି।

author-image
Manoranjan Behera
ଅଦ୍ୟତନ ହୋଇଛି
undefined

Presiding Officers Arrest

ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ। ଗଣତନ୍ତ୍ରର ମହାନ ପର୍ବରେ ସାମିଲ୍ ହୋଇଛି ଓଡ଼ିଶା। ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଭୋଟରଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ। ନିଜ ନିଜର ମତାଧିକାର ସାବ୍ୟସ୍ତ କରିବା ପାଇଁ ମତଦାନ କେନ୍ଦ୍ରକୁ ଯାଉଛନ୍ତି। ତେବେ ନିର୍ବାଚନ ପରିଚାଳନାରେ ତ୍ରୁଟି ପାଇଁ ୨ ଜଣ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଥିଲା। ବର୍ତ୍ତମାନ ୨ ପ୍ରିଜାଇଡିଂ ଅଫିସରଙ୍କୁ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ।

Advertisment

ଛତ୍ରପୁରର ୨୭ ଓ ୧୬୩ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରିବା ସହିତ ଗିରଫ କରିବା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସେମାନେ ଡ୍ୟୁଟିରେ ଗୁରୁତର ଅବହେଳା କରିଥିବା ୱେବ୍ କାଷ୍ଟିଂ ଜରିଆରେ ଦେଖିବାକୁ ମିଳିଥିଲା। ତେଣୁ ସେମାନଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଥିବା ଶ୍ରୀ ଧଳ କହିଛନ୍ତି। ଏହା ସହିତ ଗୋପାଳପୁରର ୧୯୩ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।

 Live Updates: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟିଂ; ଟିକିନିଖି ଖବର ଜାଣିବାକୁ ଏହି ଲିଙ୍କରେ କ୍ଲିକ କରନ୍ତୁ...

Advertisment

ରାଜ୍ୟରେ ଦିନ ୩ଟା ସୁଦ୍ଧା ୫୨.୯୧% ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଦିନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ରେକର୍ଡ କରାଯାଇଛି । ECI ଆପ୍‌ ମୁତାବକ ନୂଆପଡ଼ାରେ ସର୍ବାଧିକ ୨୭.୮୮% ମତଦାନ ରେକର୍ଡ ହୋଇଥିବା ବେଳେ ରାୟଗଡ଼ାରେ ସର୍ବନିମ୍ନ ୨୧% ମତଦାନ ରେକର୍ଡ କରାଯାଇଛି।

ମୋହନାରେ ୨୧.୪୭%, ନବରଙ୍ଗପୁର ୨୧.୫୦% -ନର୍ଲା ୨୬.୪୬%, ନୂଆପଡ଼ା ୨୭.୮୮% ମତଦାନ -ପାରଳାଖେମୁଣ୍ଡି ୨୨.୬୪%, ପଟାଙ୍ଗୀ ୨୪.୮୧% ଓ ଉମରକୋଟ ୨୬.୨୦% ମତଦାନ ହୋଇଛି। ଧିରେ ଧିରେ ଅଧିକ ସଂଖ୍ୟକ ଭୋଟର ବୁଥ୍ ଯାଇ ଭୋଟ୍ ଦେଉଛନ୍ତି। ଓଡ଼ିଶାର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଚାଲିଛି ମତଦାନ। ଏଥିପାଇଁ ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ଭୋଟିଂ।

ଅଧିକ ପଢ଼ନ୍ତୁ: ‘ମୁଖ୍ୟମନ୍ତ୍ରୀ କାହିଁକି ଆଉ କାହା ସହ ଦେଖାଯାଉ ନାହାନ୍ତି, କେବଳ ଜଣଙ୍କୁ ତାଙ୍କ ସହ ଦେଖିବାକୁ ମିଳୁଛି’

Odisha Politics General Elections 2024
Advertisment
Advertisment