Advertisment

କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କଲା BJD

ପ୍ରାର୍ଥୀ ଘୋଷଣା କଲା ବିଜେଡି । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ ।

ଅଦ୍ୟତନ ହୋଇଛି
BJD Announces Candidate List

BJD Candidate List

Advertisment

ପ୍ରାର୍ଥୀ ଘୋଷଣା କଲା ବିଜେଡି । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ । କୋରେଇରୁ ସଂଧ୍ୟାରାଣୀ ଦାସ, ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ପ୍ରାର୍ଥୀ ହେଲେ ସୁକାନ୍ତ କୁମାର ନାୟକ । ସେପଟେ ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି । ରୋମାଞ୍ଚ ରଂଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କଲା ଦଳ । ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଂଜନ ହେଲେ ପ୍ରାର୍ଥୀ । ତେବେ କୋରେଇରେ ପ୍ରାର୍ଥୀ ହୋଇଥିବା ସଂଧ୍ୟାରାଣୀ ଦାସ ହେଉଛନ୍ତି ବିଜେଡି ସଂଗଠନ ସଂପାଦକ ବବି ଦାସଙ୍କ ମା’ । 

Advertisment

ତେବେ ଆଜିର ପ୍ରାର୍ଥୀ ଘୋଷଣା ପରେ ମଉଳିଲା ସମୀର ଦାସଙ୍କ ଆଶା । ପ୍ରାର୍ଥୀ ଘୋଷଣାକୁ ଶେଷ ପର୍ଯ୍ୟାୟ କହିଲେ ମୁଖ୍ୟମନ୍ତ୍ରୀ । ଶେଷ ପର୍ଯ୍ୟାୟରେ ବାକି ୩ ଓ ଦେବଗଡ଼ ପ୍ରାର୍ଥୀ ବଦଳ ଘୋଷଣା କଲେ । ଦେବଗଡ଼ ପ୍ରାର୍ଥୀ ବଦଳି ଥିଲେ ବି ବଦଳିଲେନି ନିମାପଡ଼ା ପ୍ରାର୍ଥୀ । ନିମାପଡ଼ା ପ୍ରାର୍ଥୀ ବଦଳିବା ନେଇ ଜୋରଦାର ଚର୍ଚ୍ଚା ଚାଲିଥିଲା ।

ଅଧିକ ପଢ଼ନ୍ତୁ: ମିଳିଲାନି ଟିକେଟ୍‌, ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ

ଏପଟେ ଆଜି ବିଜେଡି ପକ୍ଷରୁ ଶେଷ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିବା ବେଳେ ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିଛନ୍ତି । ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ହିଞ୍ଜିଳି ପରେ ଆଜି କଣ୍ଟାବାଞ୍ଜି ଆସନରୁ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ହେଲିକପ୍ଟର ଯୋଗେ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଛନ୍ତି ନବୀନ। ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ସେହିଭଳି ଆଜି ନାମାଙ୍କନ ପତ୍ର ଭରିଛନ୍ତି ବିଜେଡିର ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ । ବିରାଟ ଶୋଭାଯାତ୍ରାରେ ଯାଇ ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ ଅରୂପ ପଟ୍ଟନାୟକ । ଏହାପରେ ରାଲି କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ । ସମର୍ଥକଙ୍କ ଗହଣରେ ଯାଇ ସେ ପୁରୀ ଲୋକସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିଲେ ।

ଭୁବନେଶ୍ୱରରୁ ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାଏ ମଧ୍ୟ ଆଜି ନାମାଙ୍କନ ଦାଖଲ କରିଛନ୍ତି । ସକାଳୁ ସକାଳୁ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରି ପ୍ରଭୁଙ୍କ ଆଶୀର୍ବାଦ ନେଇ ନାମାଙ୍କନ ପାଇଁ ବାହାରିଥିଲେ । ନାମାଙ୍କନ ପୂର୍ବରୁ ଦୌଡ଼ିବା ଆରମ୍ଭ କରିଥିଲେ ମନ୍ମଥ । ଲିଙ୍ଗରାଜ ମନ୍ଦିରରୁ ଦୌଡ଼ି ଦୌଡ଼ି ଜଟଣୀ ପର୍ଯ୍ୟନ୍ତ ଯାଇଥିଲେ । ତାପରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ଗହଣରେ ନାମାଙ୍କନ ଭରିଲେ ମନ୍ମଥ ।

Advertisment

ଅଧିକ ପଢ଼ନ୍ତୁ: ନାମାଙ୍କନ ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଜେଡିର ଜୟ ଜଗନ୍ନାଥ-ବିଜେପିର ଜୟ ଶ୍ରୀରାମ ନାରା

BJD BJP Congress Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ