ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ, ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ନବୀନ

ହିଞ୍ଜିଳି ବିଧାନସଭା ଆସନରୁ ନାମାଙ୍କନପତ୍ର ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ନାମାଙ୍କନ ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ମେ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବ ।

Naveen Patnaik

ହିଞ୍ଜିଳି ବିଧାନସଭା ଆସନରୁ ନାମାଙ୍କନପତ୍ର ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ନାମାଙ୍କନ ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ମେ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବ । ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ଗଞ୍ଜାମରେ ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ।

ସେଠାରେ ମାଆଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ ରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ କାର୍ ରେ ମା’ତାରାତାରିଣୀଙ୍କ ପୀଠକୁ ଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।

ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ ରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଥିଲେ । ସେଠାରୁ କାର୍ ରେ ମା’ତାରାତାରିଣୀଙ୍କ ପୀଠକୁ ଯାଇଥିଲେ । ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା ୩୫ ମିନିଟ୍ ରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଥିଲେ ।

ସେହିପରି କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଟିଟିଲାଗଡ଼ ସହର ପରିକ୍ରମା କରିବା ସହ ଉପଜିଲ୍ଲାପାଳ ଅଫିସକୁ ନିଜ ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚଳିତ ନିର୍ବାଚନରେ ସ୍ୱାସ୍ଥ୍ୟ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ପାନୀୟ ଜଳ ନିଅଣ୍ଟ, ଭଳି ସମସ୍ୟାକୁ ନେଇ ବିଜେପି ମଇଦାନକୁ ଓହ୍ଲାଇବ ବୋଲି ଲକ୍ଷ୍ମଣ ବାଗ କହିଛନ୍ତି ।