General Election 2024
ଓଡ଼ିଶା ପାଇଁ ଲୋକସଭା ପ୍ରାର୍ଥୀ ତାଲିକା ଜାରି କଲା ବିଜେପି। ପଞ୍ଚମ ପର୍ଯ୍ୟାୟ ତାଲିକାରେ ଓଡ଼ିଶା ପ୍ରାର୍ଥୀଙ୍କ ନାଁ ଘୋଷଣା। ଓଡ଼ିଶାର ମୋଟ ୨୧ ଆସନରୁ ୧୮ ଲୋକସଭା ସିଟ୍ରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି। କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା ଲୋକସଭା ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ । ପୁରୀରୁ ପ୍ରାର୍ଥୀ ହେବେ ସମ୍ବିତ ପାତ୍ର ।
ଅନ୍ୟପଟେ ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ମୟୂରଭଞ୍ଜରୁ ନବ ଚରଣ ମାଝୀ, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ରନାରାୟଣ ପାଣି, ବଲାଙ୍ଗିରରୁ ସଂଗୀତା କୁମାରୀ ସିଂଦେଓ, କଳାହାଣ୍ଡିରୁ ମାଳବିକା କିଶୋରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ ଓ କୋରାପୁଟରୁ ବିଜେପି ପ୍ରାର୍ଥୀ ହେବେ କାଳେରାମ ମାଝୀ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1711295306.jpg)