Advertisment

EVM ଫିଙ୍ଗିବା ଅଭିଯୋଗରେ ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି।

author-image
Sonali Ojha
undefined

prashant jagdev arrest

ଖଣ୍ଡଯୁଦ୍ଧ ସହ ରକ୍ତାକ୍ତ ସଂଘର୍ଷ । ତୃତୀୟ ପାଳି ଭୋଟ୍ ବେଳେ ଗୋଷ୍ଠୀ ସଂଘର୍ଷ ସହ ଅବ୍ୟବସ୍ଥାର ମାଳ ମାଳ ଚିତ୍ର, ଶୃଙ୍ଖଳିତ ନିର୍ବାଚନ ଆଡ଼କୁ ଅଙ୍ଗୁଳି ଉଠାଇଛି । କେଉଁଠି ମନ୍ତ୍ରୀଙ୍କ ଉପସ୍ଥିତିରେ ମାରପିଟ୍ ହୋଇଛି ତ ଆଉ କେଉଁଠି ଶାସକ ବିଧାୟକଙ୍କ ଦାଦାଗିରି ସବୁ ସୀମା ଟପିଯାଇଛି ପୁଣି କେଉଁଠି ଭାଙ୍ଗିଛି ଇଭିଏମ୍‌ । ଯାହାକୁ ନେଇ ଦେଖାଦେଇଛି ଅସନ୍ତୋଷ । ତେବେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଗିରଫ ହୋଇଛନ୍ତି ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ।

Advertisment

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଛି ପୋଲିସ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି। ଗିରଫ ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି।

ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଏବଂ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ବେଗୁନିଆ ଠାରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା । ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Advertisment

ଏହି ଘଟଣାକୁ ନେଇ ବିଜେଡି ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ବାରସ୍ଥ ହୋଇଥିଲା। ଅନ୍ୟପକ୍ଷରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଉଠିଥିବା ଅଭିଯୋଗ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଅଭିଯୋଗ କରିଥିଲେ ସ୍ଥାନୀୟ ଗ୍ରାମବାସୀ ଓ ପ୍ରତ୍ୟକ୍ଷଦର୍ଶୀ।

BJP Prasant Jagdev General Election 2024
Advertisment
Advertisment