Advertisment

ବିଜେପି ସଂକଳ୍ପ ପତ୍ର ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’ ଉନ୍ମୋଚିତ

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସଂକଳ୍ପ ପତ୍ର ଉନ୍ମୋଚନ କଲେ।

ଅଦ୍ୟତନ ହୋଇଛି
JP Nadda

JP Nadda

Advertisment

ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ସଂକଳ୍ପ ପତ୍ର’ ଉନ୍ମୋଚିତ। ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସଂକଳ୍ପ ପତ୍ର ଉନ୍ମୋଚନ କଲେ। ବିଜେପି ସଂକଳ୍ପ ପତ୍ର ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’। ଆଜି ଭୁବନେଶ୍ୱର ଆସି ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ତାଙ୍କୁ ବିମାନବନ୍ଦରରେ ବିଜେପି ନେତା ବିପୁଳ ସମ୍ବର୍ଦ୍ଧନା ସହ ସ୍ୱାଗତ କରିଥିଲେ। ସେଠାରୁ ସେ ଆସିଥିଲେ ବିଜେପିର କାର୍ଯ୍ୟକ୍ରମ ସ୍ଥଳକୁ। ସେଠାରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ବିଜେପିର ବହୁ ତୁଙ୍ଗ ନେତା ତାଙ୍କୁ ସ୍ୱାଗତ କରିଥିଲେ।

Advertisment

ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ଜେପି ନଡ୍ଡାଙ୍କ କହିଛନ୍ତି, ଗତ ୧୦ ବର୍ଷରେ ରାଜନୀତିର ସଂସ୍କୃତି ବଦଳିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ ରାଜନୀତିର ସଂସ୍କୃତି ବଦଳିଛି। ନିର୍ବାଚନୀ ଇସ୍ତାହାରର ଗରିମା, ମହତ୍ୱ ବଢ଼ି ଯାଇଛି। ପୂର୍ବ ସରକାର ସମୟରେ ଇସ୍ତାହାର ଏକ ଦେଖାଣିଆ ଥିଲା। ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇ ସେମାନେ ଭୁଲି ଯାଉଥିଲେ। ଏବେ ମୋଦି ସରକାରଙ୍କ ସଂକଳ୍ପ ‘ଯାହା କହିଛୁ, କରି ଦେଖାଇଛୁ’। ଅର୍ଥାତ ଯାହା କହିଛୁ କରିଛୁ, ଯାହା କହୁଛୁ, ନିଶ୍ଚିତ କରି ଦେଖାଇବୁ।

ନଡ୍ଡା ଆହୁରି କହିଛନ୍ତି ଯେ, ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ଚିନ୍ତା କରେ ମୋଦି ସରକାର। ଦେଶର ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରାଯାଇଛି। ଏବେ ଭାରତର ଅତି ଗରିବଙ୍କ ସଂଖ୍ୟା ୧%ରୁ ମଧ୍ୟ କମ୍‌। ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ଓଡ଼ିଶାରେ ବିରୋଧୀ ଦଳରେ ବସିବାକୁ ଆମେ ନିର୍ବାଚନ ଲଢୁନୁ। ରାଜ୍ୟରେ ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ଏନେଇ ଆଜି ଆମେ ସ୍ପଷ୍ଟ ଭାବେ କହୁଛୁ କହିଲେ ନଡ୍ଡା।

Advertisment

ଲୋକ ଦାଦନ ପଳାଉଛନ୍ତି, ଏଠା ସରକାରକୁ ଚିନ୍ତା ନାହିଁ। ଚାଷୀଙ୍କୁ ସେମାନଙ୍କ ଫସଲର ଉପଯୁକ୍ତ ମୂଲ୍ୟ ମିଳୁନାହିଁ। ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର ୱାନ୍‌ ହୋଇଛି। ରେପ୍‌, ମର୍ଡରରେ ବିଜୁ ଜନତା ଦଳର ନେତା ସଂପୃକ୍ତ ଅଛନ୍ତି। ବିଜେଡିର ୪୫ରୁ ଅଧିକ ବିଧାୟକ ବିଭିନ୍ନ ଅପରାଧରେ ସଂପୃକ୍ତ ଅଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ଏଠାରେ ଆୟୁଷ୍ମାନ ଭାରତ ଲାଗୁ ହେଉନି। ସ୍ୱାସ୍ଥ୍ୟ ବ୍ୟବସ୍ଥା, ହସ୍ପିଟାଲ କୋମାକୁ ଚାଲିଯାଇଛି। ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି। ‘ସଂକଳ୍ପରୁ ସିଦ୍ଧି’ ହିଁ ଆମର ଲକ୍ଷ୍ୟ କହିଲେ ନଡ୍ଡା।

ବିଜେପିର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିବା ସହିତ ଭୁବନେଶ୍ୱରରେ କର୍ମକର୍ତ୍ତାଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିଛନ୍ତି ନଡ୍ଡା। ବିଜେପି କେଉଁ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯିବ, ସେନେଇ ବାର୍ତ୍ତା ଦେଇଛନ୍ତି ଜେ.ପି ନଡ୍ଡା। ଗତ ୮ ଦିନ ଭିତରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ। ପୂର୍ବରୁ ଗତ ୨୮ ତାରିଖରେ ସେ ବ୍ରହ୍ମପୁର ଯାଇଥିଲେ। ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ ନଡ୍ଡା।

Advertisment
BJP JP Nadda Odisha Politics General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ