Advertisment

ଆଜି ଆସିବ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା!

ଆଜି ଦ୍ୱିତୀୟ ପର୍ଯ୍ୟାୟରେ ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଥିଲା ବେଳେ, ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି।

author-image
Sonali Ojha
bjp assembly candidates

bjp assembly candidates

ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ବରଗଡ଼ ଲୋକସଭା କ୍ଷେତ୍ରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ବେଳେ ଏଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାର। ତୋମାର କହିଛନ୍ତି ଆସନ୍ତା ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ ଆସନରେ ଦଳର ପ୍ରାର୍ଥୀ ଘୋଷଣା ସରିଯିବ।

Advertisment

ଏହିକ୍ରମରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଥିଲା ବେଳେ, ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ତେଣୁ ଆଉ ୩୫ ଆସନରେ ଦଳର ପ୍ରାର୍ଥୀ ଘୋଷଣା ବାକି ରହିଛି।

ତିନି ଦଳର କେତେ ଟିକେଟ୍ ଆହୁରି ଘୋଷଣା ହେବାକୁ ବାକି ରହିଛି। ଯଦି ବିଧାନସଭା ଉପରେ ନଜର ପକାଇବା ତାହେଲେ ଶାସକ ବିଜେଡି ଏବେ ଯାଏଁ ୧୧୭ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆହୁରି ୩୦ ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବ ତାକୁ ନେଇ ଜାରି ରହିଛି କଳ୍ପନାଜଳ୍ପନା। ବିଜେଡି ସମସ୍ତ ୨୧ ଲୋକସଭା କ୍ଷେତ୍ରରେ ନିଜ ଯୋଦ୍ଧାଙ୍କୁ ଓହ୍ଲାଇ ସାରିଛି।

Advertisment

ସେହିପରି ବିଜେପି ସମସ୍ତ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୧୧୨ ବିଧାନସଭାରେ ନିଜ ଯୋଦ୍ଧାଙ୍କ ନାଁ ଘୋଷଣା ହୋଇଛି। ଏବେ ବି ବିଜେପିର ୩୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି। ସବୁଠୁ ପଛରେ ରହିଛି କଂଗ୍ରେସ। ଏବେ ବି ୧୦୦ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିନି ହାତ, ଏପରିକି ମାତ୍ର ୮ଟି ଲୋକସଭା କ୍ଷେତ୍ର ପାଇଁ ହିଁ ପ୍ରାର୍ଥୀ ନାଁ ଘୋଷଣା କରିଛି ଦଳ।

BJP Odisha Election
Advertisment
Advertisment