Advertisment

ଆଜି ହେବ ସବୁ କଳ୍ପନାଜଳ୍ପନାର ଅନ୍ତ; ଘୋଷଣା ହେବ ମୁଖ୍ୟମନ୍ତ୍ରୀଙ୍କ ନାଁ !

ବିଧାୟକଙ୍କ ଭିତରୁ କାହା ନାଁରେ ମୋହର ବାଜିବାର ସମ୍ଭାବନା ରହିଛି। ଏହାରି ଭିତରେ ବିଧାୟକ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ସେହିପରି ରାଜ୍ୟସଭାପତି ମନମୋହନ ସାମଲଙ୍କ ନାଁ ବି ଚର୍ଚ୍ଚାରେ ରହିଛି।

author-image
Sonali Ojha
ଅଦ୍ୟତନ ହୋଇଛି
BJP To Declare Odisha CM Candidate Today

Odisha Chief Minister

ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ହଟିବ ସସପେନ୍ସ। ବିଜେପି ବିଧାୟକ ଦଳ ବୈଠକରେ ଆଜି ନାଁ ସ୍ପଷ୍ଟ ହେବ। ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳ ବୈଠକ ବସିବ। ବୈଠକରେ ରାଜ୍ୟରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

Advertisment

ବିଧାୟକଙ୍କ ଭିତରୁ କାହା ନାଁରେ ମୋହର ବାଜିବାର ସମ୍ଭାବନା ଥିବାରୁ ବିଧାୟକ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ସେହିପରି ରାଜ୍ୟସଭାପତି ମନମୋହନ ସାମଲଙ୍କ ନାଁ ବି ଚର୍ଚ୍ଚାରେ ରହିଛି। ଏହାସହ ଉପ ମୁଖ୍ୟମନ୍ତ୍ରୀ ଆସନରେ ବି ବିଧାୟକ ମୋହନ ଚରଣ ମାଝୀ ଏବଂ ଜୟ ନାରାୟଣ ମିଶ୍ରଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାବାଦ୍ ବିଜେପିର ପ୍ରଥମ ସରକାର ଆଉ ମନ୍ତ୍ରିମଣ୍ଡଳରେ କେଉଁ କେଉଁ ବିଧାୟକଙ୍କୁ ଗୁରୁତ୍ବ ମିଳୁଛି ତାକୁ ନେଇ ବି କଳ୍ପନା ଜଳ୍ପନା ଲାଗି ରହିଛି।

ଅଧିକ ପଢ଼ନ୍ତୁ: ସୁକାନ୍ତଙ୍କ ବିରାଡ଼ି ବୈଷ୍ଣବ ଉପାଖ୍ୟାନ; କହିଲେ ସବୁ ସ୍ୱାର୍ଥ ପାଇଁ, ୬ ମାସିଆ ଅବସର ଅପ୍ରାସଙ୍ଗିକ

Advertisment

ମନ୍ତ୍ରୀ ରେସରେ ହେଭିୱେଟ ଭାବେ ସୁରେଶ ପୂଜାରୀ, କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଆଗରେ ରହିଛନ୍ତି। ଏହା ସହ ନୂଆ ମୁହଁ ଭାବେ ପୃଥ୍ବୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ଯ୍ୟଙ୍କୁ ବି ଗୁରୁତ୍ବପୂର୍ଣ୍ଣ ବିଭାଗ ମିଳିପାରେ।

ଆସନ୍ତାକାଲି ସଂଧ୍ୟା ୫ଟାରେ ଭୁବନେଶ୍ବର ଜନତା ମୈଦାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁଯାଉଛି। ଉତ୍ସବରେ ଯୋଗଦେବା ଲାଗି ପିଏମ୍ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଜନତା ମଇଦାନରେ ଜୋରସୋରରେ ଚାଲିଛି ପ୍ରସ୍ତୁତି।

BJP Odisha CM General Election 2024
Advertisment
Advertisment