Advertisment

ଆରମ୍ଭରୁ ବର୍ଷିଲେ ରାହୁଲ ଗାନ୍ଧି; କହିଲେ, ଓଡ଼ିଶାକୁ ପାଣ୍ଡିଆନ ହିଁ ଚଳାଉଛନ୍ତି..

ସାଲେପୁର ସଭାରେ ଆରମ୍ଭରୁ ବର୍ଷିଲେ ରାହୁଲ ଗାନ୍ଧି। ସେ କହିଛନ୍ତି, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି।

author-image
Manoranjan Behera
ଅଦ୍ୟତନ ହୋଇଛି
Rahul Gandhi

Rahul Gandhi

ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାହୁଲ ଗାନ୍ଧୀ। ସ୍ୱତନ୍ତ୍ର ବିମାନଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାହୁଲ। ସେଠାରୁ ସିଧାସଳଖ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ସେଠାରୁ ୧୦ କିଲୋମିଟର ଦୂର ସାଲେପୁରଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି ରାହୁଲ ଗାନ୍ଧି।

Advertisment

ସାଲେପୁର ସଭାରେ ଆରମ୍ଭରୁ ବର୍ଷିଲେ ରାହୁଲ ଗାନ୍ଧି। ସେ କହିଛନ୍ତି, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି। କଂଗ୍ରେସ ତେଲେଙ୍ଗାନାରେ ବିଜେପି-ବିଆର୍‌ଏସ୍‌ ମେଣ୍ଟ ପଦାକୁ ଆଣିଥିଲା। ନିର୍ବାଚନ ହେଲା, ସେଠାରେ ବିଆର୍‌ଏସ୍‌ ପୂରା ଉଡ଼ିଗଲା। ଏଠାରେ ବିଜେପି-ବିଜେଡିର ବାହାଘର ହୋଇଯାଇଛି। ଏଠାରେ ଦୁଇ ଜଣ ଏକାଠି ରହି ଓଡ଼ିଶାବାସୀଙ୍କୁ ପାନ ଦେଇଛନ୍ତି। ଅଙ୍କଲ୍‌ ଓ ନବୀନ ବାବୁ ମିଶି ଓଡ଼ିଶା ଲୋକଙ୍କୁ ପାନ ଧରାଇଦେଲେ।

ପାନ ଅର୍ଥ ଓଡ଼ିଶାକୁ ପାଣ୍ଡିଆନ ହିଁ ଚଳାଉଛନ୍ତି ବୋଲି କହିଛନ୍ତି ରାହୁଲ। ଚାରା ରୋପଣ ନାଁରେ ଏଠାରେ ୧୫ ହଜାର କୋଟି ଲୁଟିଛନ୍ତି। ଖଣିରୁ ପ୍ରଚୁର ଲୁଟିଛନ୍ତି, କଂଗ୍ରେସ ଆସିଲେ ଏ ଟଙ୍କା ଫେରସ୍ତ ହେବ। ଓଡ଼ିଶାରେ କ୍ଷମତାକୁ ଆସିଲେ ଲୋକଙ୍କ ଖାତାକୁ ଟଙ୍କା ଦିଆଯିବ। ୨୦୦ ୟୁନିଟ ମାଗଣା ବିଜୁଳି, ଗ୍ୟାସ୍‌ ୫ ଶହ ଟଙ୍କାରେ ଦିଆଯିବ। ଧାନ କୁଇଣ୍ଟାଲ ୩ ହଜାର ଟଙ୍କା କରିବୁ। ମହିଳାଙ୍କୁ ୨ ହଜାର, ଯୁବକଙ୍କୁ ୩ ହଜାର, ଚାଷୀଙ୍କୁ ୩ ହଜାର ମିଳିବ। ୨୨ ଜଣଙ୍କୁ ୧୬ ଲକ୍ଷ କୋଟି ଦେଇଛନ୍ତି ମୋଦି। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ ବୋଲି ରାହୁଲ କହିଛନ୍ତି।

Advertisment

ଏହାଛଡ଼ା ଚାଷୀଙ୍କ ଋଣ ଛାଡ଼ କରିବୁ ବୋଲି ମଧ୍ୟ ରାହୁଲ କହିଛନ୍ତି। ସେ କହିଛନ୍ତି, ‘ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବକ ଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍‌ ଦିଆଯିବ। ଆମେ ଦେଶର କୋଟି କୋଟି ଲୋକଙ୍କୁ ଲକ୍ଷପତି ବନାଇବୁ। ଦେଶର କୋଟି କୋଟି ଲୋକଙ୍କ ଖାତାକୁ ଲକ୍ଷେ ଟଙ୍କା ଦେବୁ। ବହୁତ ହୋଇଗଲା, ବହୁତ ପାନ ଖାଇ ପେଟ ଖରାପ ହେଲାଣି। କମିଶନ ବସାଇବୁ, ଚାଷୀଙ୍କ ଋଣ ଛାଡ଼ କରିବୁ। ଆଶା, ଅଙ୍ଗନବାଡ଼ି ଦିଦିଙ୍କ ପାରିଶ୍ରମିକ ଦୁଇଗୁଣା କରିବୁ। ମନରେଗା ମଜୁରୀ ୪ ଶହ ଟଙ୍କା କରିବୁ। ଆଦିବାସୀଙ୍କୁ ଜଙ୍ଗଲ, ଜଳ, ଜମି ହସ୍ତାନ୍ତର କରାଯିବ କହିଲେ ରାହୁଲ।

Congress Rahul Gandhi Odisha Politics General Elections 2024
Advertisment
Advertisment