Advertisment

ଆସିଲା କଂଗ୍ରେସର ନୂଆ ପ୍ରାର୍ଥୀ ତାଲିକା, କଟକ-ବାରବାଟୀରୁ ଲଢ଼ିବେ ସୋଫିଆ ଫିର୍ଦ୍ଦୋସ

ଏଥିସହ ୮ ବିଧାନସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । କଟକ-ବାରବାଟୀ ଆସନରୁ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ପ୍ରାର୍ଥୀ କରିଚି କଂଗ୍ରେସ।

ଅଦ୍ୟତନ ହୋଇଛି
undefined

Congress

Advertisment

୨ ଲୋକସଭା ଓ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କଟକ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହେଲେ ସୁରେଶ ମହାପାତ୍ର । ସେହିପରି ସମ୍ବଲପୁରରେ ଲୋକସଭା ପ୍ରାର୍ଥୀ ବଦଳାଇଛି କଂଗ୍ରେସ । ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ କରିଛି କଂଗ୍ରେସ ।

Advertisment

ଏଥିସହ ୮ ବିଧାନସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । କଟକ-ବାରବାଟୀ ଆସନରୁ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ପ୍ରାର୍ଥୀ କରିଚି କଂଗ୍ରେସ। ସେହିପରି ଜଳେଶ୍ୱରରୁ ଦେବୀ ପ୍ରସନ୍ନ ଚାନ୍ଦ, ବାଲେଶ୍ୱରରୁ ମୋନାଲିସା ଲେଙ୍କା, ବଡ଼ଚଣାରୁ ଅଜୟ ସାମଲ, ପାଲଲହଡ଼ାରୁ ଫକୀର ସାମଲଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ସେହିପରି ଜଗତସିଂହପୁର ଆସନରୁ ପ୍ରାର୍ଥୀ ହୋଇଛନ୍ତି ପ୍ରତିମା ମଲ୍ଲିକ। ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ ହେମ୍ବ୍ରମଙ୍କୁ ଟିକେଟ୍‌ ଦେଇଛି କଂଗ୍ରେସ । ସେହିପରି ଖଣ୍ଡପଡ଼ାରୁ ମନୋଜ କୁମାର ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତିଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ।

Congress General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ