/odishatv-khabar/media/post_attachments/uploadimage/library/16_9/16_9_0/IMAGE_1712050964.jpg)
Congress Candidate List
ଓଡ଼ିଶା ପାଇଁ ଲୋକସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୮ ଲୋକସଭା ଆସନ ଓ ୪୭ ବିଧାନସଭା ସିଟ୍ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ବରଗଡ଼ ଲୋକସଭା ଆସନରୁ ସଞ୍ଜୟ ଭୋଇଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ସେହିପରି ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗୀରରୁ ମନୋଜ ମିଶ୍ର, କଳାହାଣ୍ଡି ଦ୍ରୌପଦୀ ମାଝୀ, ନବରଙ୍ଗପୁରରୁ ଭୁଜବଳ ମାଝୀ, କନ୍ଧମାଳରୁ ଅମୀର ଚନ୍ଦ୍ର ନାୟକ, ବ୍ରହ୍ମପୁରରୁ ରଶ୍ମୀ ରଞ୍ଜନ ପଟ୍ଟନାୟକ ଓ କୋରାପୁଟ ଲୋକସଭା ଆସନରୁ ସପ୍ତଗିରି ଉଲ୍ଲାକାଙ୍କ ଉପରେ ଭରସା କରିଛି କଂଗ୍ରେସ।
Congress releases a list of 17 candidates for the upcoming Lok Sabha Elections
YS Sharmila Reddy fielded from Andhra Pradesh's Kadapa, Tariq Anwar fielded from Bihar's Katihar pic.twitter.com/WZxgd2xkNW
— ANI (@ANI) April 2, 2024
ପୂର୍ବରୁ ବିଜେପି ଓ ବିଜେଡି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ତାଲିକାକୁ ସମସ୍ତଙ୍କ ଅପେକ୍ଷା ଥିଲା । ବିଜେପି ପ୍ରଥମ ପର୍ଯ୍ୟାୟରେ ୧୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟରେ ବାକି ଥିବା ଆଉ ୩ ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିସାରିଛି। ସେହିପରି ବିଜେଡି ଦୁଇଟି ପର୍ଯ୍ୟାୟରେ ମୋଟ୍ ୧୫ ଲୋକସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିସାରିଛି । ଆଉ ଆଜି କଂଗ୍ରେସ ୮ ଆସନ ପାଇଁ ଯୋଦ୍ଧା ଘୋଷଣା କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)