• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

କଟକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କଟକ ନିର୍ବାଚନୀ ସଭାରେ ବିଜେଡିକୁ ଟାର୍ଗେଟ୍ କଲେ ମୋଦି। ଦୁର୍ନୀତି ଓ ଦାଦନ ନେଇ ବର୍ଷିଲେ। କହିଲେ, ଓଡ଼ିଶାର କୌଣସି ବ୍ଲକ ନାହିଁ ଯାହର ଲୋକ ଗୁଜରାଟରେ ନାହାନ୍ତି । ଓଡ଼ିଶାକୁ ବରବାଦ କରିଥିବା ଲୋକଙ୍କ ପାଇଁ ଏ ନିର୍ବାଚନ ସଜା ସଦୃଶ ।

ବିଜେଡି କଳା ଚିଠା ଏବେ ଲୋକଙ୍କ ସାମ୍ନାକୁ ଆସିବାରେ ଲାଗିଛି । କଂଗ୍ରେସ ଅମଳରେ ଖଣିଜ ନୀତିରୁ ୫ ହଜାର କୋଟି ମିଳିଥିଲା। ହେଲେ ମୋଦି ସରକାରରେ ଖଣିଜ ନୀତିରୁ ଓଡ଼ିଶାକୁ ୫୦ ହଜାର କୋଟି ମିଳୁଛି । ଡିଏମ୍‌ଏଫ୍‌ରେ ଓଡ଼ିଶାକୁ ୨୬ ହଜାର କୋଟି ଟଙ୍କା ମିଳିଛି । ବିଜେଡିର ଭ୍ରଷ୍ଟ ସରକାର ଏ ଅନୁଦାନକୁ ଗୋଳମାଳ କରିଛି । ଓଡ଼ିଶାରେ ସ୍କୁଲ, ପାନୀୟ ଜଳ, ସ୍ବାସ୍ଥ୍ୟସେବାର ଅଭାବ ରହିଛି । ଏ କେନ୍ଦ୍ରୀୟ ଟଙ୍କା କାହା ପକେଟକୁ ଗଲା ପଚାରିଲେ ମୋଦି।

ଅଧିକ ପଢ଼ନ୍ତୁ: ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି !

ବିଜେଡି ନେତାଙ୍କୁ କମିଶନ ନମିଳିବା ପର୍ଯ୍ୟନ୍ତ ପ୍ରକଳ୍ପ ଅଟକାଇ ରଖୁଛନ୍ତି । ବିଜେଡି ନେତା ଆପଣମାନଙ୍କୁ ସବୁ ପ୍ରକାର ଲୁଟି ଚାଲିଛନ୍ତି ବୋଲି ନିର୍ବାଚନୀ ସଭାରେ କହିଛନ୍ତି ପ୍ରଧାନମନ୍ତ୍ରୀ। ଆପଣଙ୍କ ଉତ୍ସାହ କହୁଛି ୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବ। ଜୁନ୍‌ ୧୦ରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଶପଥ ନେବା ନିଶ୍ଚିତ । ମୋଦି ସରକାର ଦିଲ୍ଲୀରେ ଶପଥ ନେବା ବି ନିଶ୍ଚିତ ବୋଲି କହିଲେ।

କଟକ ଆଧୁନିକ ଶିକ୍ଷାର ନଗରୀ, ବିକଶିତ ଭାରତର ସାମର୍ଥ୍ୟ ବଢ଼ାଇବ କଟକ । ଓଡ଼ିଶାର ସଂସ୍କୃତି ବୁଝୁନଥିବା ଲୋକ କିଭଳି ଏହାର ନେତୃତ୍ବ ନେବ । ବିଜେଡିକୁ ୨୫ ବର୍ଷ ଦେଲେ, ଏହାର ପରିଣାମ କଣ ହେଲା ଦେଖିଲେ । ଓଡ଼ିଶାକୁ ଏବେ ବିଜେଡିର ମନ୍ଥର ସରକାର ପଛକୁ ନେଇଯାଇଛି । ଏବେ ଓଡ଼ିଶା ପାଇଁ ଡବଲ ଇଂଜିନ ବାଲା ବିଜେପି ସରକାର ଦରକାର। ଏଠାରେ ବିଜେପିର ପୂର୍ଣ୍ଣ ବହୁମତ ସରକାର ହେବାକୁ ଯାଉଛି । ବିଜେପି ହିଁ ଓଡ଼ିଶାକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଅଧିକ ପଢ଼ନ୍ତୁ: ମୋଦିଙ୍କ ଟାର୍ଗେଟ୍‌ରେ ବିଜେଡି; କହିଲେ, ଏ ସରକାର ଯିବା ନିଶ୍ଚିତ..

Rephrase with Ginger (Ctrl+Alt+E)

OTV is now on Whatsapp

Join and get latest news update delivered to you via whatsapp

Join Now