ମୋକିମଙ୍କୁ ଆଶ୍ୱସ୍ତି, ORHDC ଦୁର୍ନୀତି ମାମଲାରେ ଜାମିନ ଦେଲେ ସର୍ବୋଚ୍ଚ ଅଦାଲତ

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ORHDC ଦୁର୍ନୀତି ମାମଲାରେ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ ।

Md Moquim

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ORHDC ଦୁର୍ନୀତି ମାମଲାରେ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ । ହାଇକୋର୍ଟ ରାୟକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ ।

ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ହାଇକୋର୍ଟ । ୩ ବର୍ଷ ଜେଲ୍‌ ଦଣ୍ଡାଦେଶ କରିଥିଲେ ଭିଜିଲାନ୍ସ କୋର୍ଟ । ORHDC ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୩ ବର୍ଷ ଜେଲ୍ ଦଣ୍ଡାଦେଶକୁ କାଏମ୍ ରଖିଥିଲେ ଉଚ୍ଚ ଅଦାଲତ । ତଳକୋର୍ଟଙ୍କ ରାୟରେ କୌଣସି ତ୍ରୁଟି ନ ଥିବା ଦର୍ଶାଇ, ମୋକିମ ପୂର୍ବରୁ ପାଇଥିବା ଜାମିନକୁ ମଧ୍ୟ ପ୍ରତ୍ୟାହାର କରିନେଇଥିଲେ ହାଇକୋର୍ଟ ।

ଅନ୍ୟପଟେ ଗତ କିଛିଦିନ ତଳେ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ । ସେତେବେଳେ ନାମାଙ୍କନ ବେଳେ ସମ୍ପୂର୍ଣ୍ଣ ତଥ୍ୟ ଦେଇନଥିବା ଅଭିଯୋଗ ହୋଇଥିଲା । ପରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ । ଏଣୁ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟରେ ହାଜର ହୋଇଥିଲେ ମହମ୍ମଦ ମୋକିମ।

ଅଧିକ ପଢ଼ନ୍ତୁ: ସମୀରଙ୍କୁ କାହିଁକି ଦିଆଗଲାନି ନିମାପଡ଼ା ଟିକେଟ୍, ଖୋଲି କହିଲେ ରଣେନ୍ଦ୍ର

୨୦୧୯ରେ ମୋକିମଙ୍କ ପ୍ରତିପକ୍ଷ ଥିବା ପୂର୍ବତନ ବିଜେଡି ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ଅଭିଯୋଗ ଉପରେ ଶୁଣାଣି କରି ଏହି ରାୟ ଶୁଣାଇଥିଲେ ଉଚ୍ଚ ଅଦାଲତ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ନିର୍ଦ୍ଧାରିତ ଫର୍ମ ଅନୁଯାୟୀ ମନୋନୟନ ପତ୍ର ଦାଖଲ କରିନଥିଲେ । ତାଙ୍କ ବିରୋଧରେ ଅପରାଧିକ ମାମଲା ଥିବା ସତ୍ତ୍ୱେ ସତ୍ୟପାଠରେ ଦର୍ଶାଇନଥିଲେ ମୋକିମ୍ । ଏହି ଅଭିଯୋଗ ଆଣି ନିର୍ବାଚନ ଫଳ ଘୋଷଣା ପରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଦେବାଶିଷ ସାମନ୍ତରାୟ ।

ଅଭିଯୋଗକୁ କୋର୍ଟ ଗ୍ରହଣ କରିବା ସହ ମାମଲାର ଶୁଣାଣି କରି ରାୟ ଶୁଣାଇଥିଲେ ହାଇକୋର୍ଟ । ନିର୍ବାଚନ ଅସିଦ୍ଧ ବୋଲି କହିବା ସହ ମୋକିମଙ୍କ ବିଧାୟକ ପଦକୁ ରଦ୍ଦ ଘୋଷଣା କରିଥିଲେ । ତା’ସହ ମନୋନୟନ ପତ୍ର ଯାଞ୍ଚ ବେଳେ ରିଟର୍ଣ୍ଣିଂ ଅଫିସର ମୋକିମଙ୍କ ନାମାଙ୍କନ ପତ୍ରକୁ କାହିଁକି ଖାରଜ କଲେ ନାହିଁ, ତାହା ହିଁ ଥିଲା ବଡ଼ତ୍ରୁଟି ବୋଲି ହାଇକୋର୍ଟ କହିଥିଲେ ।