• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ପଡ଼ିବ ଭୋଟ୍ । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର । ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ । ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ ।

ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ । କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ, ପୁରୀରେ ସମ୍ବିତ ପାତ୍ର VS ଅରୁପ ପଟ୍ଟନାୟକଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ ।

ଅଧିକ ପଢ଼ନ୍ତୁ: ବିଜେପିର ସାଙ୍ଘାତିକ୍ ଅଭିଯୋଗ, ହାରିବା ଭୟରେ ଟଙ୍କା ବାଣ୍ଟୁଛନ୍ତି ପ୍ରଣବ ପ୍ରକାଶ ଦାସ

ସେହିପରି ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ୍ ଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ । ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ ।

ଏହି ସବୁ ସିଟ୍ ରେ କଂଗ୍ରେସ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ରାଜ୍ୟରେ ମୋଟ୍ ୧୦ହଜାର ୫୫୧ ବୁଥ୍ କରାଯାଇଛି । ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ । ୨ ହଜାର ମଡେଲ ବୁଥ୍ ରହିଛି । ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର ।

ଏମାନଙ୍କ ଭିତରେ ଅଛନ୍ତି ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା । ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନାରେ ୬୪ ପ୍ରାର୍ଥୀ ଅଛନ୍ତି । ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସର୍ବାଧିକ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ବା ସିଏପିଏଫ ମୁତୟନ ହେବେ ।

ଫୋକସରେ ରହିବ ଅନ୍ଧାରୀ ବିଜେ ରୋକିବା । ସାଇଲେଣ୍ଟ ଆୱାର ଆରମ୍ଭ ହେବା କ୍ଷଣି ସବୁ ହୋଟେଲ୍, ଗେଷ୍ଟ ହାଉସରେ ଯାଞ୍ଚ କଡାକଡି ହେବ ।

ଅଧିକ ପଢ଼ନ୍ତୁ: ଭୋଟ୍ ପାଇଁ ନୋଟ୍: ଟଙ୍କା ବାଣ୍ଟିବାକୁ ନେଇ ଅଡୁଆରେ ଅଙ୍ଗନବାଡ଼ି କର୍ମୀ

OTV is now on Whatsapp

Join and get latest news update delivered to you via whatsapp

Join Now