• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

କଂଗ୍ରେସ ଛାଡ଼ିଲେ ପ୍ରବୋଧ ତିର୍କୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । ସୁନ୍ଦରଗଡ଼ ଜିଲ୍ଲାର ତଳସରା ନିର୍ବାଚନମଣ୍ଡଳୀ ପାଇଁ ପ୍ରଥମେ ପ୍ରବୋଧଙ୍କ ନାଁ ଘୋଷଣା କରିଥିଲା କଂଗ୍ରେସ । ଏହାପରେ ପୁଣିଥରେ ଦଳ ତଲସରା ପ୍ରାର୍ଥୀ ପରିବର୍ତ୍ତନ କରିଥିଲା । ପ୍ରବୋଧଙ୍କ ଟିକେଟ କାଟି ଦେବେନ୍ଦ୍ର ଭିତରିଆଙ୍କ ନାଁ ଘୋଷଣା କରିଥିଲା ଦଳ। ଯେଉଁଥିପାଇଁ ଅପମାନ ହୋଇଥିବା ଦର୍ଶାଇ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ।

ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲା ତଳସରା ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରଥମେ ହକି ତାରକା ପ୍ରବୋଧ ତିର୍କୀଙ୍କ ନାଁ ଘୋଷଣା କରିଥିଲା । ନାଁ ଘୋଷଣା ପରେ ତଲସରାରେ ପ୍ରଚାର ମଧ୍ୟ କରିଥିଲେ ପ୍ରବୋଧ । କିନ୍ତୁ ହଠାତ୍ ଆଶ୍ଚର୍ଯ୍ୟଜନକ ଭାବେ ପ୍ରବୋଧଙ୍କ ଟିକେଟ୍‌ କାଟି ଦେଇଥିଲା କଂଗ୍ରେସ । ତାଙ୍କ ବଦଳରେ ଦଳ ଦେବେନ୍ଦ୍ର ଭିତରିଆଙ୍କୁ ଟିକେଟ୍ ଦେଇଥିଲା । କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ପୁଣି ଟିକେଟ୍‌ କାଟିବା ପରେ ଅସନ୍ତୁଷ୍ଟ ଥିଲେ ପ୍ରବୋଧ । ଯାହାଫଳରେ ଗତକାଲି ସେ ଦଳରୁ ଇସ୍ତଫା ଦେଇଛନ୍ତି । ତେବେ ଆଗକୁ ସେ କେଉଁ ଦଳରେ ଯୋଗ ଦେଉଛନ୍ତି ତାହା ସେ ସ୍ପଷ୍ଟ କରିନାହାନ୍ତି ।

ଗତବର୍ଷ ସେପ୍ଟେମ୍ବର ମାସରେ ଚାକିରି ଛାଡ଼ି କଂଗ୍ରେସରେ ଯୋଗ ଦେଇଥିଲେ ପ୍ରବୋଧ ତିର୍କୀ। ଭୁବନେଶ୍ୱର କଂଗ୍ରେସ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ । କଂଗ୍ରେସ ମୋତେ ଭଲ, ତେଣୁ ମୁଁ କଂଗ୍ରେସରେ ସାମିଲ ହେବାକୁ ଚିନ୍ତା କରିଥିଲି ବୋଲି ସେ କହିଥିଲେ ।