Advertisment

ବିଜେପି ଛାଡ଼ିଲେ ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ରବି ନାରାୟଣ ପାଣି

୧୯୮୯ରୁ ୧୯୯୧ ଯାଏ ସେ ଦେବଗଡ଼ରୁ ଜନତା ଦଳ ସାଂସଦ ଥିଲେ। ୨୦୦୯ରେ ବିଜେଡି ଟିକଟରେ ପାଲଲହଡ଼ାରୁ ବିଧାୟକ ହୋଇଥିଲେ। ଏପରିକି ଦଳର ମୁଖ୍ୟ ସଚେତକ ହୋଇଥିଲେ। ୨୦୧୯ରେ ବିଜେଡି ବିଧାୟକ ଟିକଟ ନ ମିଳିବାରୁ ବିଜେପିରେ ସାମିଲ ହୋଇଥିଲେ ରବି ପାଣି।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Rabi Narayan Pani Quits BJP

Ravi Narayan Pani

ବିଜେପି ଛାଡ଼ିଲେ ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ ରବି ନାରାୟଣ ପାଣି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଲେଖିଥିବା ଇସ୍ତଫା ପତ୍ରରେ ରବି ନାରାୟଣ ପାଣି ଲେକିଛନ୍ତି, ବର୍ତ୍ତମାନର ରାଜନୀତିରେ ନୀତି ଆଦର୍ଶର ଆଉ ସ୍ଥାନ ନାହିଁ। କ୍ଷମତା ପାଇଁ ଯେକୌଣସି ବ୍ୟକ୍ତିକୁ ଆଣି ଦଳରେ ସାମିଲ କରାଯାଉଛି। ଆମ ପରି ବରିଷ୍ଠ ଓ ସଚ୍ଚୋଟ ନେତାଙ୍କୁ ଅଣଦେଖା କରାଯାଇ ଅନ୍ୟମାନଙ୍କୁ ପଦ ପଦବୀ ଦିଆଯାଉଛି। ଆମେ କେବଳ ମୁକ ହୋଇ ବସି ରହୁୁଛୁ। ତେଣୁ ତୁରନ୍ତ ଦଳରୁ ଇସ୍ତଫା ଦେଉଥିବା ଉଲ୍ଲେଖ କରିଛନ୍ତି ରବି ପାଣି।

Advertisment

ଅଧିକ ପଢ଼ନ୍ତୁ: ତୀବ୍ର ହେଲାଣି ବିଦ୍ରୋହ, ବରିଷ୍ଠ ନେତା ଛାଡ଼ୁଛନ୍ତି ଦଳ

୧୯୮୯ରୁ ୧୯୯୧ ଯାଏ ସେ ଦେବଗଡ଼ରୁ ଜନତା ଦଳ ସାଂସଦ ଥିଲେ। ୨୦୦୯ରେ ବିଜେଡି ଟିକଟରେ ପାଲଲହଡ଼ାରୁ ବିଧାୟକ ହୋଇଥିଲେ। ଏପରିକି ଦଳର ମୁଖ୍ୟ ସଚେତକ ହୋଇଥିଲେ। ୨୦୧୯ରେ ବିଜେଡି ବିଧାୟକ ଟିକଟ ନ ମିଳିବାରୁ ବିଜେପିରେ ସାମିଲ ହୋଇଥିଲେ ରବି ପାଣି।

BJD BJP Congress Odisha Politics General Election 2024
Advertisment
Advertisment