Advertisment

ହାଇଭୋଲଟେଜ୍‌ ପ୍ରଚାର; ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର

ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ଏଣୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ। ସେହିଭଳି ୫ତାରିଖ ଅପରାହ୍ନରେ ଆସିବେ BJP ଅଧ୍ୟକ୍ଷ ଜେପି ନଡ୍ଡା।

author-image
Sonali Ojha
ଅଦ୍ୟତନ ହୋଇଛି
S Jaishankar

S Jaishankar

ଓଡ଼ିଶାରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ତାଙ୍କର ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ। ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଅପରାହ୍ନରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ ।

Advertisment

ସବୁଠି ନିର୍ବାଚନୀ ତାତି। ଆରମ୍ଭ ହୋଇଗଲାଣି ପ୍ରଚାର ପର୍ବ। ସବୁ ଦଳ ନିଜର କଳ, ବଳ ଓ କୌଶଳ ଖଟାଇ ଆରମ୍ଭ କଲେଣି ପ୍ରଚାର। ରାଜ୍ୟର ତିନି ରାଜନୈତିକ ଦଳର ଶୀର୍ଷ ନେତୃତ୍ୱଙ୍କ ହାଇଭୋଲଟେଜ୍‌ ପ୍ରଚାର ଏବେ ଆରମ୍ଭ ହୋଇଗଲାଣି। ବିପକ୍ଷଙ୍କୁ ଟାର୍ଗେଟ୍‌ କରିବେ ଦଳର ନେତା। ଏହାରି ଭିତରେ ତିନି ଦଳର ଷ୍ଟାର ପ୍ରଚାରକ ନିଜ ନିଜ ଦଳର ପ୍ରଚାର ପାଇଁ ଆରମ୍ଭ କରିସାରିଛନ୍ତି ପ୍ରସ୍ତୁତି। ଭୋଟରଙ୍କ ମନ ଜିଣିବାକୁ ସବୁ ପ୍ରକାର ପ୍ରୟାସ କରୁଛନ୍ତି।

ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ଏଣୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ। ସେହିଭଳି ୫ତାରିଖ ଅପରାହ୍ନରେ ଆସିବେ BJP ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ କରିବେ ଆଲୋଚନା। କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର।

Advertisment

ନଡ୍ଡାଙ୍କ ପରେ ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁର ସହର ଉପକଣ୍ଠ କନିଷିଠାରେ ଆୟୋଜିତ ସଭାରେ ସାମିଲ ହେବେ ମୋଦି । ଏହାପରେ ନବରଙ୍ଗପୁରରେ ଜନସଭାକୁ ସମ୍ୱୋଧିତ କରିବେ।୬ ତାରିଖ ଦିନ ୧୦ଟାରେ ବ୍ରହ୍ମପୁର କନିଷିରେ ଆୟୋଜିତ ଜନସମାବେଶରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବେ । ବ୍ରହ୍ମପୁର ଓ ଆସିକା ଲୋକସଭା ଆସନ ସହିତ ଏହା ଅଧୀନରେ ଥିବା ସମସ୍ତ ବିଧାନସଭା ଆସନକୁ ବିଜେପି ଫୋକସ୍‌ କରୁଛି । ଏଠାରେ ଜିତିବା ସମ୍ଭାବନା ଥିବାରୁ ନଡ୍ଡାଙ୍କ ପରେ ମୋଦି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ୧୧ତାରିଖରେ ପୁଣି ଓଡ଼ିଶାକୁ ପ୍ରଚାରରେ ଆସିବାର କାର୍ଯ୍ୟକ୍ରମ ରହିଛି ।

BJP
Advertisment
Advertisment