Ganeswar Behera
ନିର୍ବାଚନ ପୂର୍ବରୁ ଚାଲିଛି ଦଳ ଡିଆଁ ରାଜନୀତି। ନିର୍ବାଚନ ପୂର୍ବରୁ ଗୋଟିଏ ଦଳ ଛାଡି ଅନ୍ୟ ଦଳରେ ସାମିଲ ହେଉଛନ୍ତି ନେତା । ଏହାରି ଭିତରେ କଂଗ୍ରେସ୍କୁ ଲାଗିଛି ଆଉ ଏକ ଝଟ୍କା । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା। ଚିରଞ୍ଜୀବ ବିଶ୍ୱାଳଙ୍କ ପରେ ଏବେ ଗଣେଶ୍ୱର ବେହେରା ଦଳ ଛାଡିଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଗଣେଶ୍ୱର ।
କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ ଗଣେଶ୍ୱର । ୧୯୮୫ ମସିହାରେ ପଟ୍ଟାମୁଣ୍ଡାଇ ଆସନରୁ ପ୍ରଥମ ଥର ବିଧାୟକ ଭାବେ ଓଡିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିରୋଧୀ ପ୍ରାର୍ଥୀ ରବିନ୍ଦ୍ର କୁମାର ବେହେରାକୁ ପଟ୍ଟାମୁଣ୍ଡାଇ ଆସନରୁ ପରାଜିତ କରିଥିଲେ । ଏହାପରେ ୧୯୯୦ରେ ବିକ୍ରମ କେଶରୀ ଦେଓଙ୍କ ଠାରୁ ଜୁନାଗଡ଼ ଆସନରୁ ପରାସ୍ତ ହୋଇଥିଲେ । ହେଲେ ୧୯୯୫ରେ ପଟ୍ଟାମୁଣ୍ଡାଇ ଆସନରୁ ପୁଣି ଥରେ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।
ଅଧିକ ପଢ଼ନ୍ତୁ: ବନ୍ଧ ଭାଙ୍ଗିଲାଣି ବିଜେଡି ବିଦ୍ରୋହ, କଡ଼ା ଚେତାବନୀ ଦେଲେଣି ଅସନ୍ତୁଷ୍ଟ ନେତା
ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୯ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଥିଲେ ଗଣେଶ୍ୱର । ରାଜ୍ୟ କଂଗ୍ରେସର ବହୁ ପଦ ପଦବୀରେ ରହିଥିଲେ ଗଣେଶ୍ୱର । ତେବେ ଆଜି ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ପିସିସି ସଭାପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । ଦଳ ଛାଡିବା ପରେ ତାଙ୍କର ଆଗାମୀ ପଦକ୍ଷେପ କଣ ରହିବ ତା’ଉପରେ ନଜର ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1712027974.jpg)