Advertisment

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ପାଇଁ ବିଜ୍ଞପ୍ତି ପ୍ରକାଶ: ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା ।

ଅଦ୍ୟତନ ହୋଇଛି
General Election 2024

General Election 2024

Advertisment

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ପ୍ରାର୍ଥୀ ମାନେ ଏପ୍ରିଲ ୨୫ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଏହି ପର୍ଯ୍ୟାୟ ଲାଗି ୧୩ରେ ଭୋଟ ଗ୍ରହଣ କରାଯିବ। ଜୁନ ୪ରେ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ। 

Advertisment

ତେବେ କେଉଁଠି କେଉଁ ସମୟରେ ଭେଟ ଗ୍ରହଣହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଂଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ଣ ୫ଟା ଯାଏଁ ଭୋଟ ଗ୍ରହଣ ହେବ ।

ଅଧିକ ପଢ଼ନ୍ତୁ: କେନ୍ଦ୍ରାପଡ଼ା ମୈଦାନକୁ ଓହ୍ଲାଇବେ ମୋଦି ଓ ଅମିତ ଶାହ: ବୈଜୟନ୍ତ

ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ । କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ ।

Advertisment

ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା ଓ କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ ।

କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ଣ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

Advertisment

ସେପଟେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍ । ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୋଲିଂପାର୍ଟି । ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ । ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ । 

ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ବୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ ସାବ୍ୟସ୍ତ କରିବେ ଜନତା। ତା’ସହ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ।

ପ୍ରଥମ ପର୍ଯ୍ୟାୟ ବିଗ୍ ଫାଇଟରେ ଭାଗ୍ୟ ପରୀକ୍ଷା କରିବେ, ବିହାର ଜାମୁଇରୁ ଏଲଜେପି ମୁଖ୍ୟ ଚିରାଗ ପାଶୱାନ, ମଧ୍ୟପ୍ରଦେଶ ଛିନ୍ଦୱାଡାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲ ନାଥ, କୋଏମ୍ବାଟୁରରୁ ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ । ସେହିପରି ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ଭଳି ଅନେକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ।

General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ