Advertisment

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି; କଟକରୁ ଲଢିବେ ଭର୍ତ୍ତୃହରି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଓଡ଼ିଶାର ବଳକା ଥିବା ୩ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି ।

author-image
Sujit kumar Swain
ଅଦ୍ୟତନ ହୋଇଛି
BJP announces names of candidates for Lok Sabha seats

BJP announces names of candidates for Lok Sabha seats

ବଡ଼ ଖବର । ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଓଡ଼ିଶାର ବଳକା ଥିବା ୩ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବରୁ ୧୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲା । ଆଜିର ୩କୁ ମିଶାଇ ସମସ୍ତ ୨୧ ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । କଟକ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ଭର୍ତ୍ତୃହରି ମହତାବ । ସେହିପରି ଯାଜପୁର ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ରବୀନ୍ଦ୍ର ନାରାୟଣ ବେହେରା ଓ କନ୍ଧମାଳରୁ ପ୍ରାର୍ଥୀ ହେଲେ ସୁକାନ୍ତ କୁମାର ପାଣିଗ୍ରାହୀ ।  

Advertisment

ପୂର୍ବରୁ ଓଡ଼ିଶା ପାଇଁ ୧୮ଟି ପ୍ରାର୍ଥୀ ତାଲିକା ଜାରି କରିଥିଲା ବିଜେପି । ପଞ୍ଚମ ପର୍ଯ୍ୟାୟ ତାଲିକାରେ ଓଡ଼ିଶା ପାଇଁ ୧୮ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା ବିଜେପି । ହେଲେ କଟକ, ଯାଜପୁର ଓ କନ୍ଧମାଳ ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇନଥିଲା । ଏଥର ସମ୍ୱଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, ପୁରୀରୁ ସମ୍ୱିତ ପାତ୍ର, ବାଲେଶ୍ୱରରୁ ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ହୋଇଛନ୍ତି । 

Advertisment

ପଢନ୍ତୁ ଏହି ଖବର: ୨୭ ଜଣିଆ ନିର୍ବାଚନ ଇସ୍ତାହାର କମିଟି ଘୋଷଣା କଲା ବିଜେପି

ସେହିପରି କେନ୍ଦୁଝରରୁ ଅନନ୍ତ ନାୟକ, ମୟୂରଭଞ୍ଜରୁ ନବଚରଣ ମାଝୀ, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ସଙ୍ଗୀତା ସିଂହଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ ପ୍ରାର୍ଥୀ ହୋଇଛନ୍ତି। ଆସିକାରୁ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ, ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ ପ୍ରାର୍ଥୀ ହୋଇଛନ୍ତି ।

BJP General Elections 2024
Advertisment
Advertisment