Advertisment

ଭୁବନେଶ୍ୱରରେ ଡ୍ରିମ୍‌ଗାର୍ଲ ହେମାମାଳିନୀ, ବିଜେପି ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ହେମାମାଳିନୀ ।

ଅଦ୍ୟତନ ହୋଇଛି
Hema Malini Arrives Odisha

Hema Malini

Advertisment

ବିଜେପି ଫୋକସ୍‌ରେ ଓଡ଼ିଶା। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ଆଉ ଦିନ କେଇଟା ପରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହାରି ଭିତରେ ବିଜେପିର ହେଭିୱେଟ୍ ନେତା ଓଡ଼ିଶା ଗସ୍ତରେ ଆସୁଛନ୍ତି। ତେବେ ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ହେମାମାଳିନୀ । କିଛି ସମୟ ପୂର୍ବରୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ହେମାମାଳିନୀ । ତେବେ ଆଉ କିଛି ସମୟ ପରେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ସାଲିଆ ସାହିରେ ପ୍ରଚାର କରିବେ ହେମାମାଳିନୀ। ସାଲିଆ ସାହିରେ ବିଜୟ ସଂକଳ୍ପ ସମାବେଶ କରିବେ। ଏହାପରେ କଟକ କିଶନ ନଗରରେ ସଭା କରିବେ। ସନ୍ଧ୍ୟାରେ ପୁରୀ ଜିଲ୍ଲା ପିପିଲିରେ ଜନସଭା କରିବା ସହ ରୋଡ ସୋ ମଧ୍ୟ କରିବାର କାର୍ଯ୍ୟକ୍ରମ ରହିଛି ।

Advertisment

ଅଧିକ ପଢ଼ନ୍ତୁ: ଅଶାନ୍ତ ବଲାଙ୍ଗିର; ୨ବିଜେପି କର୍ମୀଙ୍କୁ ଅପହରଣ ଅଭିଯୋଗ

ସୂଚନା ଅନୁସାରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ପରେ ସେ ସେଠାରୁ ବାହାରି ଭୁବନେଶ୍ୱର ସାଲିଆ ସାହିରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ୍ ଭିକ୍ଷା କରିବେ । ପ୍ରାୟ ଏକଘଣ୍ଟାର କାର୍ଯ୍ୟକ୍ରମ ପରେ ସେ ହେଲିକପ୍ଟର ଯୋଗେ କଟକ ଯିବେ । ମଧ୍ୟାହ୍ନ ୧ଟା ୧୦ରେ କଟକ କିଶୋର ନଗରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରେ ପ୍ରଚାର ସାରିବା ପରେ ପିପିଲି ଯିବେ ଡ୍ରିମଗାର୍ଲ। ଅପରାହ୍ନ ୪ଟାରେ ପିପିଲି ରୋଡ୍ ସୋ’ରେ ଯୋଗଦେବେ। ଏହାପରେ ସନ୍ଧ୍ୟା ୫ଟାରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିବେ ହେମାମାଳିନୀ।

ସେହିପରି ଆଜି ପୁଣି ଆସିବେ ଅମିତ ଶାହ। ରାଉରକେଲାରେ ସାଧାରଣ ସଭା କରିବେ। ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ମଧ୍ୟ ଓଡ଼ିଶା ପ୍ରଚାରରେ ଆସିବେ। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି.ଉଦୟଗିରିରେ ପ୍ରଚାର କରିବେ ।କଟକ ଜିଲ୍ଲାରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ସେ ଆଠଗଡ଼ ଓ ନରସିଂହପୁରରେ ପ୍ରଚାର କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା କବିସୂର୍ଯ୍ୟନଗର, କଣ୍ଟାବାଂଜି , ଲୋଇସିଂହା, ସତ୍ୟବାଦୀ, ପିପିଲି ସମାବେଶରେ ଯୋଗଦେବେ।

Advertisment

ଅଧିକ ପଢ଼ନ୍ତୁ: ନିର୍ବାଚନୀ ହିଂସା: ଗଞ୍ଜାମ ଯିବେ ଅତିରିକ୍ତ ୨୦ କମ୍ପାନୀ CAPF

BJP Odisha Election Hema Malini General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ