Advertisment

ହାଇଭୋଲଟେଜ୍‌ କ୍ୟାମ୍ପେନିଂ; କାଲି ନବୀନ ଓ ଜୟଶଙ୍କରଙ୍କ ପ୍ରଚାର, ୬ରେ ଆସୁଛନ୍ତି ମୋଦି

ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ୪ ଓ ୫ ତାରିଖ ଦୁଇଦିନ ଓଡ଼ିଶାରେ ରହିବେ। ଭୁବନେଶ୍ୱର-କଟକ-ସମ୍ବଲପୁର କାର୍ଯ୍ୟକ୍ରମରେ ଯୋଗଦେବେ ଏସ୍‌.ଜୟଶଙ୍କର ।

ଅଦ୍ୟତନ ହୋଇଛି
PM Modi, JP Nadda To Visit Odisha

BJP

Advertisment

ସବୁଠି ନିର୍ବାଚନୀ ତାତି। ଆରମ୍ଭ ହୋଇଗଲାଣି ପ୍ରଚାର ପର୍ବ। ସବୁ ଦଳ ନିଜର କଳ, ବଳ ଓ କୌଶଳ ଖଟାଇ ଆରମ୍ଭ କଲେଣି ପ୍ରଚାର। ରାଜ୍ୟର ତିନି ରାଜନୈତିକ ଦଳର ଶୀର୍ଷ ନେତୃତ୍ୱଙ୍କ ହାଇଭୋଲଟେଜ୍‌ ପ୍ରଚାର ଏବେ ଆରମ୍ଭ ହୋଇଗଲାଣି। ବିପକ୍ଷଙ୍କୁ ଟାର୍ଗେଟ୍‌ କରିବେ ଦଳର ନେତା। ଏହାରି ଭିତରେ ତିନି ଦଳର ଷ୍ଟାର ପ୍ରଚାରକ ନିଜ ନିଜ ଦଳର ପ୍ରଚାର ପାଇଁ ଆରମ୍ଭ କରିସାରିଛନ୍ତି ପ୍ରସ୍ତୁତି। ଭୋଟରଙ୍କ ମନ ଜିଣିବାକୁ ସବୁ ପ୍ରକାର ପ୍ରୟାସ କରୁଛନ୍ତି।

Advertisment

ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ୪ ଓ ୫ ତାରିଖ ଦୁଇଦିନ ଓଡ଼ିଶାରେ ରହିବେ। ଭୁବନେଶ୍ୱର-କଟକ-ସମ୍ବଲପୁରରେ କାର୍ଯ୍ୟକ୍ରମରେ ଯୋଗଦେବେ ଏସ୍‌.ଜୟଶଙ୍କର । ସେହିଭଳି ୫ତାରିଖ ଅପରାହ୍ନରେ ଆସିବେ BJP ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ କରିବେ ଆଲୋଚନା। କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର।

ଅଧିକ ପଢ଼ନ୍ତୁ: ବିନା ପାଟ ପଟୁଆରରେ ନାମାଙ୍କନ ଭରିଲେ ସୋପିଆ, କହିଲେ ଖରା ହେଉଛି...

ନଡ୍ଡାଙ୍କ ପରେ ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁର ସହର ଉପକଣ୍ଠ କନିଷିଠାରେ ଆୟୋଜିତ ସଭାରେ ସାମିଲ ହେବେ ମୋଦି । ଏହାପରେ ନବରଙ୍ଗପୁରରେ ଜନସଭାକୁ ସମ୍ୱୋଧିତ କରିବେ।୬ ତାରିଖ ଦିନ ୧୦ଟାରେ ବ୍ରହ୍ମପୁର କନିଷିରେ ଆୟୋଜିତ ଜନସମାବେଶରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବେ । ବ୍ରହ୍ମପୁର ଓ ଆସିକା ଲୋକସଭା ଆସନ ସହିତ ଏହା ଅଧୀନରେ ଥିବା ସମସ୍ତ ବିଧାନସଭା ଆସନକୁ ବିଜେପି ଫୋକସ୍‌ କରୁଛି । ଏଠାରେ ଜିତିବା ସମ୍ଭାବନା ଥିବାରୁ ନଡ୍ଡାଙ୍କ ପରେ ମୋଦି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ୧୧ତାରିଖରେ ପୁଣି ଓଡ଼ିଶାକୁ ପ୍ରଚାରରେ ଆସିବାର କାର୍ଯ୍ୟକ୍ରମ ରହିଛି ।

Advertisment

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ତାରିଖରେ ରାୟଗଡ଼ା ଗସ୍ତରେ ଯିବେ । କାଶୀପୁର ବ୍ଲକ୍‌ ଟିକିରିରେ ସମାବେଶ କରିବେ । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବରଙ୍ଗପୁରରେ ଜନ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ନିଜ ପାରମ୍ପରିକ ଆସନ ହିଞ୍ଜିଳିରୁ ପ୍ରଚାରର ଅନୁକୂଳ କରି ବିଜେଡି ବିକାଶରେ ବିଶ୍ୱାସ କରେ ବୋଲି କହିଥିଲେ । ନବୀନଙ୍କର ଏହି ଦୁଇ ସମାବେଶ ଉପରେ ବିଜେପି ଓ କଂଗ୍ରେସର ନଜର ରହିଛି । ତିନି ଦଳର ପ୍ରଚାର କାର୍ଯ୍ୟସୂଚୀରୁ ସ୍ପଷ୍ଟ ଯେ ଆଗକୁ ପ୍ରଚାର ଆହୁରି ଅଧିକ ହେବ।

BJP JP Nadda PM Narendra Modi Campaigns General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ