Advertisment

ଦ୍ୱିତୀୟ ପର୍ଯ୍ୟାୟରେ ୨୬୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ୧୦୪୧ ବୁଥ୍‌ରେ ମହିଳା ପୋଲିଂ କର୍ମଚାରୀ

୩୫ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୬୫ ଜଣ ପାର୍ଥୀ ରହିଛନ୍ତି । ସେଥିମଧ୍ୟରୁ ୪୧ ଜଣ ମହିଳା ପ୍ରାର୍ଥୀ। ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ରହିଛନ୍ତି।

ଅଦ୍ୟତନ ହୋଇଛି
Odisha Vote

Odisha Vote

Advertisment

ଆସନ୍ତା ସୋମବାର ବା ୨୦ ତାରିଖରେ ରାଜ୍ୟରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର ସହ ୩୫ ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ । ଏହି ପର୍ଯ୍ୟାୟରେ ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ । ଭୋଟ ଗ୍ରହଣ ପାଇଁ ୯ ହଜାର ୧୬୯ ମତଦାନ କେନ୍ଦ୍ର କରାଯାଇଛି । ୧୦୪୧ଟି ବୁଥ ମହିଳା ପୋଲିଂ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ୨୫ଟି ବୁଥ PWD କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ଏଥର ୧୫୪୧ ଆଦର୍ଶ ବୁଥ କରାଯାଇଛି ।

Advertisment

ତେବେ ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି । ଏଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ। ସବୁଠାରୁ ଅଧିକ କନ୍ଧମାଳରେ ୨୨, ଗଞ୍ଜାମରେ ୨୦, ସୁନ୍ଦରଗଡରେ ୧୬, ବଲାଙ୍ଗୀର ଓ ବରଗଡ଼ରେ ୧୪ ଲେଖାଏଁ । ଝାରସୁଗୁଡା ଓ ବୌଦ୍ଧରେ ୫ ଲେଖାଏଁ, ସୁବର୍ଣ୍ଣପୁରରେ ୪, ନୟାଗଡ଼ରେ ୨ କଂପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ । ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୬୫ ଜଣ ପାର୍ଥୀ ରହିଛନ୍ତି । ସେଥିମଧ୍ୟରୁ ୪୧ ଜଣ ମହିଳା ପ୍ରାର୍ଥୀ। ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ରହିଛନ୍ତି। 

ଅନ୍ୟପଟେ ନିର୍ବାଚନ ପାଇଁ ବୁଥ୍‌ ମୁହାଁ ହୋଇଛନ୍ତି ପୋଲିଂ କର୍ମଚାରୀ । ସୁନ୍ଦରଗଡ ଜିଲ୍ଲାରେ ୩୦୯ଟି ବୁଥରେ ହେବ ଭୋଟିଂ । ଦୂରଦୂରାନ୍ତ ବୁଥଗୁଡିକୁ କିଛି କର୍ମଚାରୀ ଯାଇସାରିଥିବା ବେଳେ ଆଉ କିଛି ବୁଥକୁ ଯିବା ଲାଗି ପ୍ରସ୍ତୁତ ହେଉଛନ୍ତି କର୍ମଚାରୀ । କେତେକ ମାଓ ପ୍ରବଣ ଅଞ୍ଚଳ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ୮ କେନ୍ଦ୍ରୀୟ ଟିମ୍ ମାଓ ଅଂଚଳରେ ମୁତୟନ ହୋଇଥିବା sdpo ସୂଚନା ଦେଇଛନ୍ତି । 

Advertisment

ତେବେ ଆସନ୍ତା ୨୫ ତାରିଖରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ୍ ।

ରିପୋର୍ଟ ଅନନୁଯାୟୀ ୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୦ ଜଣ ଅର୍ଥାତ୍ ୨୬ ପ୍ରତିଶତଙ୍କ ନାମରେ ରହିଛି ଅପରାଧିକ ମାମଲା । ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା । ୪ ଜଣଙ୍କ ନାଁରେ ହତ୍ୟା ମାମଲା ରହିଛି । ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ଥିବା ବେଳେ ୨୮ ଜଣଙ୍କ ନାମରେ ମହିଳା ବିରୋଧୀ ମାମଲା ରହିଛି । ଏମିତିକି ଜଣଙ୍କ ନାମରେ ଦୁଷ୍କର୍ମ ମାମଲା ବି ଅଛି ।

Advertisment

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩ ପ୍ରତିଶତ ବିଧାୟକ ପ୍ରାର୍ଥୀ କୋଟିପତି । କେନ୍ଦୁଝର ଚମ୍ପୁଆର BJD ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ଯ୍ୟାୟର ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ଯ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ । ଆଉ ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ BJP ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ।

BJD BJP Congress Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ