Advertisment

ଓଡ଼ିଶା ଆସିବେ ଜେ.ପି ନଡ୍ଡା; ବ୍ରହ୍ମପୁରରେ ସାଧାରଣ ସଭାକୁ କରିବେ ସମ୍ବୋଧିତ

ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁରରୁ କାର୍ଯ୍ୟକ୍ରମ ସରିବା ପରେ ନବରଙ୍ଗପୁର ଯାଇ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ।

ଅଦ୍ୟତନ ହୋଇଛି
J P Nadda to visit odisha

J P Nadda

Advertisment

ବିଜେପି ଫୋକସରେ ଓଡ଼ିଶା। ୨୦୨୪ ନିର୍ବାଚନରେ ଅଧିକ ଲୋକସଭା ସିଟ୍ ଜିତିବା ସହ ରାଜ୍ୟରେ ନିଜ ସରକାର ଗଠନ ମିଶନରେ ରହିଛି ପଦ୍ମଦଳ। ଖାସ୍ ସେଥିପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ଜେ.ପି ନଡ୍ଡା। ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁରରୁ କାର୍ଯ୍ୟକ୍ରମ ସରିବା ପରେ ନବରଙ୍ଗପୁର ଯାଇ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ। ଏନେଇ ସୂଚନା ଦେଇଛନ୍ତି ବିଜେପି ନେତା ସମୀର ମହାନ୍ତି।

Advertisment

ଅଧିକ ପଢ଼ନ୍ତୁ: ନବୀନଙ୍କୁ ଚେକ୍‌ ଦେବା ପାଇଁ ଶାହଙ୍କ ହୁଙ୍କାର; ସୋନପୁରରୁ ପଡ଼ିଲା ମୂଳଦୁଆ

Advertisment

ଗତକାଲି ଓଡିଶା ଗସ୍ତରେ ଆସିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୋନପୁରରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଥିଲେ। ରାମେଶ୍ୱରମ ଷ୍ଟାଡିୟମରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିଥିଲେ ଶାହ। ଓଡ଼ିଶାରେ ୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ ସେ ନେଇ ଉପସ୍ଥିତ ଲୋକଙ୍କୁ ପ୍ରଶ୍ନ କରିଥିଲେ। ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର ବନେଇବା କି ନାହିଁ। ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର କରିବା ବୋଲି ସମର୍ଥକଙ୍କୁ ଆହ୍ୱାନ ଦେଇଥିଲେ।

ଓଡ଼ିଶାକୁ ପ୍ରଥମ ଥର ମୁଁ ନିର୍ବାଚନ ପ୍ରଚାର ପାଇଁ ଆସିଛି। ସାରା ଦେଶରେ ଯୁଆଡ଼େ ଯାଇଛି ସବୁଠି ମୋଦି ନାରା। ଆଜି ଓଡ଼ିଶାରେ ବି ପୂରା ମାହୋଲ ମୋଦି ମୟ ରହିଛି। ଓଡ଼ିଶା ଲୋକ ବି ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବେ। ଓଡ଼ିଶାର ଭାଷା, ସଂସ୍କୃତି ଗୌରବ ପାଇଁ ବିଜେପି ସରକାର ହେବା ଦରକାର ବୋଲି ଶାହ ସଭାରେ କହିଥିଲେ।

Advertisment

ଜନସଭାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଶାହ। କହିଲେ, ଏଠାକାର ସରକାର ଓଡ଼ିଶାକୁ ବିକାଶରୁ ଦୂରରେ ରଖିଛି। ଅଫିସରଙ୍କ ମାଧ୍ୟମରେ ଭୟଙ୍କର ଭ୍ରଷ୍ଟାଚାର କରିଛି ଏଠାକାର ସରକାର। ଓଡ଼ିଆ ଭାଷା, ସଂସ୍କୃତି ଗୌରବରୁ ବଞ୍ଚିତ ରଖିଛି। ସବୁଠୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି। ଓଡ଼ିଶା ଲୋକ ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟ ଯାଉଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ବିଜେପି ସରକାର ବନାନ୍ତୁ। ବିଜେପି ସରକାର ଆସିଲେ ଜଣେ କାହାକୁ ବାହାର ରାଜ୍ୟ ଯିବାକୁ ପଡ଼ିବନି ବୋଲି ସେ କହିଥିଲେ।

ଅଧିକ ପଢ଼ନ୍ତୁ: ଆଟାକିଂ ମୋଡ୍‌ରେ ଅମିତ ଶାହ; ନବୀନଙ୍କ ନାଁ ଧରି କଲେ ସିଧା ନିଶାନା

ସେ ଆହୁରି କହିଥିଲେ, ଏଠାକାର ସରକାର ରାମ ମନ୍ଦିର ଉତ୍ସବକୁ ଡାଇଭର୍ଟ କରିବାକୁ ଚେଷ୍ଟା କଲେ। କିନ୍ତୁ ମୋ ଓଡ଼ିଶାବାସୀ ରାମ ମନ୍ଦିର ଉତ୍ସବକୁ ପାଳନ କଲେ। ମୋଦି ଆତଙ୍କବାଦ, ନକ୍ସଲବାଦକୁ ସମାପ୍ତ ପାଇଁ ଚେଷ୍ଟିତ। ମୋଦି ସରକାର ପାକିସ୍ତାନରେ ପଶି ସର୍ଜିକାଲ ଷ୍ଟ୍ରାଇକ କଲେ। ଦେଶକୁ ସୁରକ୍ଷିତ ରଖିବା ପାଇଁ ପାକିସ୍ତାନରେ ପଶି ଷ୍ଟ୍ରାଇକ କଲେ। ମୋଦି ସରକାର ଗରିବଙ୍କୁ ଚାଉଳ ଦେଲେ, ନବୀନ ନାଁ ନେଉଛନ୍ତି। ମୋଦି ଚାଉଳ ଦେଉଛନ୍ତି, ନବୀନ ସେଥିରେ ଷ୍ଟାମ୍ପ ମାରି ମିଛ କହୁଛନ୍ତି। ଓଡ଼ିଶାବାସୀଙ୍କୁ ଆୟୁଷ୍ମାନ ଭାରତ ସୁଫଳ ମିଳୁନାହିଁ। ନବୀନ ବାବୁଙ୍କୁ ଡର ଲାଗୁ ହେଲେ ମୋଦି ନାଁ ନେଇଯିବେ।

BJP JP Nadda Odisha Politics General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ