• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ଏହା ସହ ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ । ସେପଟେ ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର ।

ମୋହନ ଚରଣ ମାଝୀ ହେଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଭୁବନେଶ୍ୱର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ନେବେ ଶପଥ । ୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।

ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

ଅଧିକ ପଢ଼ନ୍ତୁ: ଶପଥ ପୂର୍ବରୁ ବଡ଼ ନିଷ୍ପତ୍ତି, ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା

୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।

ସେହିପରି ନୂଆ ମନ୍ତ୍ରିମଣ୍ଡଳରେ କେଉଁ ବିଧାୟକଙ୍କୁ ସୁଯୋଗ ମିଳିବ ସେନେଇ ବି ଚର୍ଚ୍ଚା ଜୋର ଧରିଛି । ମନ୍ତ୍ରୀ ରେସରେ ହେଭିୱେଟ ଜୟ ନାରାୟଣ ମିଶ୍ର, ରବି ନାଏକ, ସୁରମା ପାଢୀ ଆଗରେ ରହିଛନ୍ତି । ଏହା ସହ ନୂଆ ମୁହଁ ଭାବେ ପୃଥ୍ୱୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ଯ୍ୟଙ୍କୁ ବି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିପାରେ ।

ଆସନ୍ତାକାଲି ଭୁବନେଶ୍ୱର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ଶପଥ ନେବେ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ବହୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଭିଭିଆଇପି ଉପସ୍ଥିତ ରହିବେ ।

OTV is now on Whatsapp

Join and get latest news update delivered to you via whatsapp

Join Now