Advertisment

ଶେଷ ପର୍ଯ୍ୟାୟ ନିର୍ବାଚନ, ବୁଥ୍‌ ଆଗରେ ଲାଗିଲାଣି ଭିଡ଼

ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।

author-image
Satyendu Shekher Mishra
Last Phase Election

Last Phase Election

ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ଆଉ କିଛି ସମୟ ପରେ ଅର୍ଥାତ୍ ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହେବ। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇବା ଆରମ୍ଭ କଲେଣି । ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ବର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।

Advertisment

ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ।

ଏହି ପର୍ଯ୍ୟାୟରେ ମୋଟ୍ ୧୦ ହଜାର ୮୮୨ ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି। ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Advertisment

ଏହି ପର୍ଯ୍ୟାୟରେ ଲୋକସଭାରେ ଅନେକ ହେଭିୱେଟ୍‌ ରହିଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ବିଜେଡିରୁ ସୁଦାମ ମାରଣ୍ଡି, ନବ ଚରଣ ମାଝୀ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଶ୍ରୀକାନ୍ତ ଜେନା, ମଞ୍ଜୁଲତା ମଣ୍ଡଳ, ଅଭିମନ୍ୟୁ ସେଠୀ, ଅନନ୍ତ ପ୍ରସାଦ ସେଠୀ, ଶର୍ମିଷ୍ଠା ସେଠୀ, ରବୀନ୍ଦ୍ର ନାରାୟଣ ବେହେରା, ଅଂଶୁମାନ ମହାନ୍ତି, ବୈଜୟନ୍ତ ପଣ୍ଡା, ରାଜଶ୍ରୀ ମଲ୍ଲିକ, ବିଭୁପ୍ରସାଦ ତରାଇ ।

BJD BJP Congress Odisha Politics General Election 2024
Advertisment
Advertisment