/odishatv-khabar/media/post_attachments/uploadimage/library/16_9/16_9_0/IMAGE_1712469690.jpg)
Lekhasri Samantsinghar
ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ। ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ।
ସୋସିଆଲ ମିଡିଆ ଜରିଆରେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଲେଖାଶ୍ରୀ। ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ। ନିର୍ବାଚନ ଯେତେ ପାଖେଇ ଆସୁଛି ନେତାଙ୍କ ମଧ୍ୟରେ ବଢ଼ି ଚାଲିଛି ଦଳଡିଆଁ ପ୍ରତିଯୋଗିତା।
ବିଜେଡିରେ ମିଶିବା ପରେ ଲେଖାଶ୍ରୀ କହିଛନ୍ତି, ପରିବର୍ତ୍ତନ ଯଦିଓ ସହଜ ନୁହେଁ କିନ୍ତୁ ଏହା ନିରନ୍ତର ପ୍ରକ୍ରିୟା। BJP ନେତୃତ୍ୱଙ୍କ ବିଶ୍ୱାସଭାଜନ ହୋଇ ନପାରିବାରୁ ଦଳ ଛାଡ଼ିଲି। ଖୋଲା ହୃଦୟରେ BJDରେ ସ୍ୱାଗତ କରିଥିବାରୁ ଧନ୍ୟବାଦ। ଓଡ଼ିଶାର ଅସ୍ମିତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସ ପ୍ରଶଂସନୀୟ। ବିକାଶର ଏହି ଯାତ୍ରାରେ ଗୁଣ୍ଡୁଚି ମୂଷା ପରି କାମ କରିବି। ଦଳ ଯେଉଁ କାମ, ଦାୟିତ୍ୱ ଦେବ ନିର୍ବାହ କରିବି।
ଗତକାଲି ମଧ୍ୟ ବିଜେପି ଛାଡ଼ିଥିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି। ସେ ମଧ୍ୟ ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା କହିଲେ। ବସ୍ତା ବିଧାନସଭା କ୍ଷେତ୍ରରୁ ସେ ୫ଥର ପ୍ରତିନିଧିତ୍ୱ କରିଥିଲେ। ସରକାରୀ ଦଳ ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ। ଏକଦା ସେ ବଧୂ ନିର୍ଯାତନା ମାମଲାରେ ଗିରଫ ହୋଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)