/odishatv-khabar/media/post_attachments/uploadimage/library/16_9/16_9_0/IMAGE_1718191644.jpg)
Cabinet Minister
ଶପଥ ପୂର୍ବରୁ ଆସିଲା ମନ୍ତ୍ରୀ ତାଲିକା । ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଆଜି ଶପଥ ନେବେ । ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେବେ । କ୍ୟାବିନେଟ୍ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେବେ । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେବେ । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେବେ ।
ଅଧିକ ପଢ଼ନ୍ତୁ: ୪ ଥର ବିଧାୟକ ପରେ ବି ମୋହନଙ୍କ ଚାଳ ଛପର ଘର !
ଆସିଲା 16 ଜଣିଆ ମନ୍ତ୍ରୀ ତାଲିକା.. #MohanaMajhi#Odisha#CabinetMinister#OTVpic.twitter.com/lCW5BwDKL7
— ଓଟିଭି (@otvkhabar) June 12, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)