Advertisment

ପ୍ରାର୍ଥୀତ୍ୱ ଘୋଷଣା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ବୈଜୟନ୍ତ ପଣ୍ତା

ପ୍ରାର୍ଥୀତ୍ୱ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

ଅଦ୍ୟତନ ହୋଇଛି
Baijayant Panda Thanks PM modi

Baijayant Panda

Advertisment

ଓଡ଼ିଶା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ପ୍ରାର୍ଥୀତ୍ୱ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଗତ ୧୦ ବର୍ଷରେ ଦେଶ ଉଲ୍ଲେଖନୀୟ ଅଗ୍ରଗତି କରିଛି, ତାସହ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇ ଇତିହାସ ରଚିବାକୁ ଯାଉଛନ୍ତି ମୋଦି। କେନ୍ଦ୍ରାପଡ଼ା ଯେଉଁଠୁ ପୂର୍ବରୁ ଦୁଇ ଥର ନିର୍ବାଚିତ ହୋଇଥିଲେ ସେଠୁ ପୁଣି ଥରେ ନିର୍ବାଚନ ଲଢ଼ିବାକୁ ସୁଯୋଗ ଦିଆଯାଇଥିବାରୁ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଓ ଦଳ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Advertisment


ଅଧିକ ପଢ଼ନ୍ତୁ: ଲୋକସଭା ଟିକେଟ୍‌ ରେସ୍‌ରୁ ବାଦ ପଡ଼ିଲେ ୪ ସାଂସଦ ଓ ଜଣେ କେନ୍ଦ୍ରମନ୍ତ୍ରୀ

Advertisment

ସେହିପରି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଏବଂ ସଭାପତି ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଅପରାଜିତା ଷଡ଼ଙ୍ଗୀ। ତା ସହ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ଲୋକଙ୍କୁ ନତ ମସ୍ତକ ହୋଇ ଧନ୍ୟବାଦ ଜଣାଇଛନ୍ତି। ପ୍ରାର୍ଥୀତ୍ୱ ଘୋଷଣା ହେବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳୁ ଧର୍ମେନ୍ଦ୍ର ସପରିବାର ଶ୍ରୀମନ୍ଦିରକୁ ଯାଇଛନ୍ତି। ତାଙ୍କ ସହ ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ବି ସାମିଲ ଥିଲେ। ବେଶ୍ କିଛି ସମୟ ମହାପ୍ରଭୁଙ୍କ ପାଖରେ ବିତାଇଛନ୍ତି ସମସ୍ତେ। ଶ୍ରୀମନ୍ଦିରରେ ପହଞ୍ଚିବା ପରେ ତାଙ୍କୁ ସେବାୟତଙ୍କ ପକ୍ଷରୁର ସ୍ୱାଗତ ଜଣାଯାଇଥିଲା।

ମୋଟ ୨୧ ଆସନରୁ ୧୮ ସିଟ୍ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଯାହା ଚର୍ଚ୍ଚା ହେଉଥିଲା ସେଭଳି ସମ୍ବଲପୁରରୁ ଏଥର ନିର୍ବାଚନ ଲଢ଼ିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁଣି ଥରେ ଭୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ ଓ ପୁରୀରୁ ସମ୍ବିତ ପାତ୍ରଙ୍କୁ ପ୍ରାର୍ଥୀ କରିଛି ବିଜେପି। ସେହିଭଳି କେନ୍ଦ୍ରାପଡ଼ାରୁ ଆଉ ଥରେ ଦଳ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦଳ ନିର୍ବାଚନ ମଇଦାନକୁ ଓହ୍ଲାଇଛି।

Advertisment

ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିବା ପ୍ରଦୀପ ପାଣିଗ୍ରାହୀଙ୍କୁ ବ୍ରହ୍ମପୁର ଲୋକସଭା ଆସନରୁ ପ୍ରାର୍ଥୀ କରିଛି ଦଳ। ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝୀ, କେନ୍ଦୁଝର ଅନନ୍ତ ନାୟକ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, ଭଦ୍ରକ ଅଭିମନ୍ୟୁ ସେଠୀ, ଢେଙ୍କାନାଳ ରୁଦ୍ରନାରାୟଣ ପାଣି, ବଲାଙ୍ଗିରରୁ ସଂଗୀତା କୁମାରୀ ସିଂଦେଓ, କୋରାପୁଟରୁ କାଳେରାମ ମାଝୀ ଏବଂ ମୟୂରଭଞ୍ଜରୁ ନବଚରଣ ମାଝୀଙ୍କୁ ପ୍ରାର୍ଥୀ କରିଛି ଦଳ। ପ୍ରଥମ ପର୍ଯ୍ୟାୟରେ ୧୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିବା ବେଳେ କନ୍ଧମାଳ, ଯାଜପୁର ଏବଂ କଟକ ଆସନ ବାକି ରହିଛି। ଏପର୍ଯ୍ୟାୟରେ ୪ ମହିଳାଙ୍କୁ ଯୋଦ୍ଧା କରିଛି ଦଳ।

Baijayant Panda General Election 2024 Lok Sabha Election PM Narendra Modi BJP
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ