Advertisment

ହଟିଲା ସସପେନ୍ସ; ମୋହନ ଚରଣ ମାଝୀ ହେଲେ ନୂଆ ମୁଖ୍ୟମନ୍ତ୍ରୀ

ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର । ମୋହନ ଚରଣ ମାଝୀ ହେଲେ ନୂଆ ମୁଖ୍ୟମନ୍ତ୍ରୀ ।

author-image
Sujit kumar Swain
ଅଦ୍ୟତନ ହୋଇଛି
undefined

Mohan Charan Majhi

ଶେଷ ହେଲା ସସପେନ୍ସ । ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର । ମୋହନ ଚରଣ ମାଝୀ ହେଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଭୁବନେଶ୍ବର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ନେବେ ଶପଥ ।

Advertisment

ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହୋଇଛି । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ । 

୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

Advertisment

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । 

ଅଧିକ ପଢ଼ନ୍ତୁ: ଶପଥ ପୂର୍ବରୁ ବଡ଼ ନିଷ୍ପତ୍ତି, ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା

ବିଧାୟକ ଦଳ ନେତା ଚୟନ ପାଇଁ ବିଜେପି ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଦାୟିତ୍ବ ଦେଇଥିଲା । ବିଜେପି ବିଧାୟକଙ୍କ ସହ ଆଲୋଚନା ପରେ ରାଜନାଥ ଓ ଭୂପେନ୍ଦ୍ର ଯାଦବ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଛନ୍ତି । 

ସେହିପରି ନୂଆ ମନ୍ତ୍ରିମଣ୍ଡଳରେ କେଉଁ ବିଧାୟକଙ୍କୁ ସୁଯୋଗ ମିଳିବ ସେନେଇ ବି ଚର୍ଚ୍ଚା ଜୋର ଧରିଛି। ସମୟ ଗଡ଼ିବା ସହ ବଢୁଛି ଉତ୍କଣ୍ଠା। ମନ୍ତ୍ରୀ ରେସରେ ହେଭିୱେଟ ଜୟ ନାରାୟଣ ମିଶ୍ର, ରବି ନାଏକ, ସୂରମା ପାଢୀ ଆଗରେ ରହିଛନ୍ତି।

ଏହା ସହ ନୂଆ ମୁହଁ ଭାବେ ପୃଥ୍ବୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ଯ୍ୟଙ୍କୁ ବି ଗୁରୁତ୍ବପୂର୍ଣ୍ଣ ବିଭାଗ ମିଳିପାରେ। 

ଆସନ୍ତାକାଲି ଭୁବନେଶ୍ବର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ଶପଥ ନେବେ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ବହୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଭିଭିଆଇପି ଉପସ୍ଥିତ ରହିବେ। 

BJP CM Chief Minister Odisha CM
Advertisment
Advertisment