• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ମୋ ବାପା ହେଲେ ମୁଖ୍ୟମନ୍ତ୍ରୀ । ସାଙ୍ଗମାନେ ପାର୍ଟି ମାଗିଲେଣି କିନ୍ତୁ ବାପା ବର୍ତ୍ତମାନ ବ୍ୟସ୍ତ ଥିବେ । ସେ ଆସିଲେ ତାଙ୍କୁ ପାର୍ଟି ମାଗିବି । ତାଙ୍କୁ ଶୁଭେଚ୍ଛା ଜଣାଇବି । ଏପରି କହି ଖୁସିରେ ଆତ୍ମହରା ହେଉଥିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ସାନପୁଅ । ମୋହନ ମାଝୀଙ୍କ ନାଁରେ ମୁଖ୍ୟମନ୍ତ୍ରୀ ଭାବେ ଲାଗିଛି ମୋହର ।

ଆସନ୍ତାକାଲି ସେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ । ଏହାକୁ ନେଇ ଖୁସିରେ ଆତ୍ମହରା ହୋଇଛନ୍ତି ପୂରା ପରିବାର । ଓଟିଭିରେ ଖବର ବାଜିବା ପରେ ପତ୍ନୀ ଦେଖିଥିଲେ । ଟିଭିରୁ ଦେଖିକି ହିଁ ସ୍ୱାମୀ ମୁଖ୍ୟମନ୍ତ୍ରୀ ହୋଇଥିବା କହିଛନ୍ତି ପତ୍ନୀ । ମୁଖ୍ୟମନ୍ତ୍ରୀଙ୍କର କାର୍ଯ୍ୟ କେବଳ ଯେ, ଆଦିବାସୀଙ୍କ ପାଇଁ ରହିବ ତାହା ନୁହେଁ; ସେ ସମସ୍ତଙ୍କ ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି ।

ଅଧିକ ପଢ଼ନ୍ତୁ: ଓଡ଼ିଶାର ମଙ୍ଗ ଧରିଲେ ମୋହନ ମାଝୀ; ଆସନ୍ତୁ ଜାଣିବା ତାଙ୍କର ପୂରା ରାଜନୈତିକ କ୍ୟାରିୟର୍

ପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣାରୁ ସେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ସେହିପରି ତାଙ୍କ ମାଆ ମଧ୍ୟ ଅତ୍ୟନ୍ତ ଖୁସି ଥିବା କହିଛନ୍ତି । ପୂରା ପରିବାର ବର୍ତ୍ତମାନ ଖୁସିରେ ଫାଟିପଡ଼ୁଛନ୍ତି । କେନ୍ଦୁଝର ମାଟିର‍ ଆଦିବାସୀ ପୁଅ ଓଡ଼ିଶାର ମଙ୍ଗ ଧରିଛନ୍ତି । ମୋହନ ଚରଣ ମାଝୀ ୧୯୭୨ ମସିହା ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ । ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି ।

ସେ ପ୍ରଥମେ ସରସ୍ୱତୀ ଶିଶୁ ମନ୍ଦିରରେ ଶିକ୍ଷକ ଭାବେ କାମ କରିଥିଲେ । ଶିଶୁ ମନ୍ଦିର ଗୁରୁଜୀରୁ ତାଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା । ପରେ ସରପଞ୍ଚ ପାଇଁ ଲଢିଥିଲେ ଆଉ ବିଜୟୀ ମଧ୍ୟ ହୋଇଥିଲେ । ଏଇଠି ପଡିଥିଲା ତାଙ୍କ ରାଜନୀତିର ମୂଳଦୁଆ । ୨୦୦୦ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।

ଅଧିକ ପଢ଼ନ୍ତୁ: ୪ ଥର ବିଧାୟକ ପରେ ବି ମୋହନଙ୍କ ଚାଳ ଛପର ଘର !

ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୪ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ସେତେବେଳେ ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ୨୦୨୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ବିଜେପି ପ୍ରାର୍ଥୀ ଭାବରେ ପୁନର୍ବାର କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ିଥିଲେ ।

ଏହି ନିର୍ବାଚନରେ ସେ ଦମଦାର ବିଜୟ ଲାଭ କରିଥିଲେ । ଏହି ନିର୍ବାଚନରେ ମୋହନ ୮୭୮୧୫ ଭୋଟ୍ ପାଇ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମୀନା ମାଝୀଙ୍କୁ ୧୧,୫୭୭ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

OTV is now on Whatsapp

Join and get latest news update delivered to you via whatsapp

Join Now