• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ। ତେବେ ପ୍ରଥମ ପର୍ଯ୍ୟାୟ ମତଦାନରେ ଭୋଟ୍‌ ବର୍ଜନ କରିଛନ୍ତି ନାରାୟଣପାଟଣା ଭୋଟ୍‌ର । ମୌଳିକ ସମସ୍ୟା ସମାଧାନ ଦାବିରେ ନାରାୟଣପାଟଣାରେ ଭୋଟ୍‌ ବର୍ଜନ କରିଛନ୍ତି ଭୋଟର। ଲକ୍ଷ୍ମୀପୁର ନାରାୟଣପାଟଣା ବ୍ଲକ ୧୭୩ ନମ୍ବର ବୁଥରେ ଭୋଟ ବର୍ଜନ କରିଛନ୍ତି । ମତଦାନ କେନ୍ଦ୍ର ବାହାରେ ପ୍ରାୟ ୧ ହଜାର ଭୋଟ୍‌ର ଭୋଟ ବର୍ଜନ କରି ପ୍ରତିବାଦ କରିଛନ୍ତି। ସେହିପରି ମୋହନାରେ ୪୦ ଓ ୨୧ ନମ୍ବର ବୁଥ୍‌ରେ ମଧ୍ୟ ଭୋଟ୍‌ ବର୍ଜନ କରିଛନ୍ତି ଭୋଟ୍‌ର ।

 Live Updates: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ଭୋଟିଂ; ଟିକିନିଖି ଖବର ଜାଣିବାକୁ ଏହି ଲିଙ୍କରେ କ୍ଲିକ କରନ୍ତୁ...

ସେପଟେ ଆଜି ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧ ଲକ୍ଷ ୮୯ ହଜାର ୬୦ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ଏହି ପର୍ଯ୍ୟାୟରେ ପୁରୁଷଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ସେହିପରି ୧ ଲକ୍ଷ ୭୫ ହଜାର ଯୁବ ଭୋଟର ରହିଛନ୍ତି ।

ଏହି ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ । ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି । ସେହିପରି ୪ଟି ପର୍ଯ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି ।

ସେହିପରି ଆଜି ଦେଶରେ ହେଉଛି ଚତୁର୍ଥ ପର୍ଯ୍ୟାୟ ମତଦାନ। ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ଲୋକସଭା ଆସନରେ ଚାଲିଛି ଭୋଟ୍‌ ଗ୍ରହଣ । ୧୭ ଶହ ୧୭ ଜଣ ସାଂସଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୧୭ କୋଟି ୭୦ ଲକ୍ଷ ଭୋଟର୍ । ଏଥିପାଇଁ ୧ ଲକ୍ଷ ୯୨ ହଜାର ମତଦାନ କେନ୍ଦ୍ରର ବ୍ୟବସ୍ଥା ହୋଇଛି । ଆନ୍ଧ୍ରପ୍ରଦେଶର ୨୫ଟି ଆସନ, ତେଲେଙ୍ଗାନାର ୧୭, ଉତ୍ତରପ୍ରଦେଶର ୧୩, ମହାରାଷ୍ଟ୍ରର ୧୧ ଏବଂ ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶର ୮ଟି ଲେଖାଏଁ ସଂସଦୀୟ କ୍ଷେତ୍ରରେ ହେଉଛି ଭୋଟ ଗ୍ରହଣ । ଏଥିସହ ବିହାରର ୫, ଝାଡ଼ଖଣ୍ଡର ୪, ଓଡ଼ିଶାର ୪ ଏବଂ ଜାମ୍ମୁ କାଶ୍ମୀରର ଗୋଟିଏ ଆସନରେ ମତଦାନ କରୁଛନ୍ତି ଜନତା । ଏଥିସହ ଆନ୍ଧ୍ରପ୍ରଦେଶର ୧୭୫, ଓଡ଼ିଶାର ୨୮ ବିଧାନସଭା ଆସନ ପାଇଁ ବି ହେଉଛି ଭୋଟିଂ ।

ଅଧିକ ପଢ଼ନ୍ତୁ: ପ୍ରଥମ ପର୍ଯ୍ୟାୟ ଭୋଟିଂ; ବାଜିରେ ଲାଗିଛି ବହୁ ହେଭିୱେଟ୍‌ ନେତାଙ୍କ ଭାଗ୍ୟ

OTV is now on Whatsapp

Join and get latest news update delivered to you via whatsapp

Join Now