ନବୀନଙ୍କର ଏଠି ଦରକାର ନାହିଁ, ଲୋକେ ତାଙ୍କୁ ଟାଟା, ବାଏ-ବାଏ କହିଲେଣି: ଅମିତ୍ ଶାହ

ନବୀନଙ୍କର ଆଉ ଆବଶ୍ୟକତା ନାହିଁ । ଓଡ଼ିଶା ଲୋକ ନବୀନଙ୍କୁ ଟାଟା, ବାଏ ବାଏ କହିଲେଣି । ଓଡ଼ିଶାରେ ଏବେ ବିଜେପି ସରକାର ଗଠନ ହେବାକୁ ଯାଉଛି ବୋଲି ଦୋହରାଇଛନ୍ତି ଅମିତ୍ ଶାହ ।

Amit Shah

ସୋରଡ଼ାରେ ପହଞ୍ଚିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସାଧାରଣ ସଭାରେ ଯୋଗଦେଇ ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିଲେ ଅମିତ୍ ଶାହ । ସୋରଡ଼ା ସଭାରେ ଆସୁ ଆସୁ ଜୋଶ୍‌ ଭରିଛନ୍ତି ଶାହ । ଓଡ଼ିଶାରେ ବିଜେପି ସରକାର ଆଣିବାକୁ ନାରା ଦେଲେ । ନବୀନ ସରକାର ଆଉ ଆସିବାର ନାହିଁ ବୋଲି  କହିଛନ୍ତି ଶାହ ।

ନବୀନଙ୍କର ଆଉ ଆବଶ୍ୟକତା ନାହିଁ । ଓଡ଼ିଶା ଲୋକ ନବୀନଙ୍କୁ ଟାଟା, ବାଏ ବାଏ କହିଲେଣି । ଓଡ଼ିଶାରେ ଏବେ ବିଜେପି ସରକାର ଗଠନ ହେବାକୁ ଯାଉଛି ବୋଲି ଦୋହରାଇଛନ୍ତି ଅମିତ୍ ଶାହ । ପ୍ରଧାନମନ୍ତ୍ରୀଙ୍କର ଓଡ଼ିଆଙ୍କ ପାଇଁ ଭଲ ପାଇବାକୁ ଦର୍ଶାଇବାକୁ ଯାଇ ଅମିତ୍ ଶାହ କହିଛନ୍ତି, ମୋଦିଜୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରି ଓଡ଼ିଶାର ସମ୍ମାନ ବଢ଼ାଇଛନ୍ତି ।

ଅଧିକ ପଢ଼ନ୍ତୁ: ଚମ୍ପୁଆ BJD ପ୍ରାର୍ଥୀ ସନାତନ ମହାକୁଡ଼ଙ୍କୁ ଜୋତାମାଳ..ଭିଡିଓ ଭାଇରାଲ

ଜି-୨୦ରେ କୋଣାର୍କ ଚକ୍ରକୁ ସିମ୍ବଲ କରି ବିଶ୍ୱରେ ପ୍ରସିଦ୍ଧ କରାଇଛନ୍ତି । ପାଇକ ସଂଗ୍ରାମ ସ୍ମୃତିରେ ସ୍ୱତନ୍ତ୍ର ମୁଦ୍ରା, ଡାକ ଟିକଟ ପ୍ରଚଳନ କରିଛନ୍ତି ମୋଦି । ସେହିପରି କଂଗ୍ରେସ ରାମ ମନ୍ଦିରକୁ ଅଟକାଇଥିଲା, ମୋଦି ଆସିଲେ, ମନ୍ଦିର କଲେ ବୋଲି କହିଛନ୍ତି ଅମିତ୍ ଶାହ । ନବୀନ ସରକାର ଓଡ଼ିଶା ଲୋକଙ୍କୁ ରାମ ମନ୍ଦିର ସମାରୋହରେ ସାମିଲକୁ ରୋକିଲେ । ଯିଏ ରାମଙ୍କ ସମାରୋହ ଯିବାକୁ ରୋକିଲା, ତାକୁ ଓଡ଼ିଶା ଲୋକ କ୍ଷମା ଦେବେନି ବୋଲି ସେ କହିଛନ୍ତି ।

ଓଡ଼ିଶା ନକ୍ସଲବାଦରେ ପୀଡ଼ିତ ଥିଲା, ୧୦ ବର୍ଷରେ ମୋଦି ନକ୍ସଲଙ୍କୁ ସଫା କଲେ । ମୋଦି ଗରିବଙ୍କୁ ଚାଉଳ ଦେଉଛନ୍ତି, ନବୀନ ସେଥିରେ ନିଜ ଫଟୋ ଛାପୁଛନ୍ତି । ନିଜ ଫଟୋ ଛାପି ନିଜେ ଚାଉଳ ଦେଉଥିବା କହୁଛନ୍ତି ନବୀନ । ନବୀନଙ୍କ ସରକାରଙ୍କୁ ଠେଲା ସରକାର ବୋଲି କହି ସଭାରେ ବର୍ଷିଛନ୍ତି ଶାହ । ଆୟୁଷ୍ମାନ ଭାରତ ଲାଗୁ କରୁନାହାନ୍ତି ନବୀନ । ନବୀନ ଭାବୁଛନ୍ତି ଏହାକୁ ଲାଗୁ କଲେ ତାଙ୍କ ଲୋକପ୍ରିୟତା କମିଯିବ ।

ଜୁନ୍‌ ୪ରେ ନବୀନ ବାବୁ ଯାଉଛନ୍ତି, ବିଜେପି ସରକାର ଆସୁଛି ବୋଲି ଦୃଢୋକ୍ତି ବାଢ଼ିଛନ୍ତି ଶାହ । ନବୀନ ବାବୁ ଓଡ଼ିଶାକୁ ୫୦ ବର୍ଷ ପଛକୁ ନେଇ ଯାଇଛନ୍ତି । ଚାଷୀଙ୍କ ଦୁର୍ଦ୍ଦଶା ବଖାଣିବାକୁ ଯାଇ କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ, ସାରା ଦେଶରେ ସର୍ବନିମ୍ନ । ଶାଗମାଛ ଦରରେ ଧାନ ବିକୁଥିବାରୁ ଓଡ଼ିଶା ଚାଷୀଙ୍କ ଆୟ ବଢୁନି । ଛତିଶଗଡ଼ ଭଳି ଓଡ଼ିଶାରେ ୩୧ଶହ ଟଙ୍କାରେ ଧାନ କିଣାଯିବ ।

ସେହିପରି, ନବୀନ ସରକାର ଶ୍ରୀକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ବନାଇବାକୁ ଲାଗିଛନ୍ତି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲୁନାହାନ୍ତି, ଶ୍ରଦ୍ଧାଳୁ ହଇରାଣ ହେଉଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିବା କ୍ଷଣି ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବ ବୋଲି କହିଛନ୍ତି । ରତ୍ନଭଣ୍ଡାର ଅରିଜିନାଲ ଚାବି କୁଆଡ଼େ ଗଲା, ଡୁପ୍ଲିକେଟ ଚାବି କିଏ ତିଆରି କଲା ।

ଡୁପ୍ଲିକେଟ ଚାବିରେ ରତ୍ନଭଣ୍ଡାର ଖୋଲା ଯାଇଛି କି ନାହିଁ । ରତ୍ନଭଣ୍ଡାର କମିଶନ ରିପୋର୍ଟ ବିଜେପି ଆସିଲେ ୬ ଦିନରେ ସାର୍ବଜନୀନ ହେବ ବୋଲି କହିଲେ । ରତ୍ନଭଣ୍ଡାର ହିସାବ ସମସ୍ତଙ୍କ ସାମ୍ନାରେ ଉପସ୍ଥାପନ କରାଯିବ । ରତ୍ନଭଣ୍ଡାର ହିସାବ ଖବରକାଗଜର ପ୍ରଥମ ପୃଷ୍ଠାରେ ବିଜ୍ଞାପନ ଦିଆଯିବ ବୋଲି କହିଛନ୍ତି ଶାହ ।

ଅଧିକ ପଢ଼ନ୍ତୁ: ୨୫ ବର୍ଷର ସ୍ଥିର ସରକାର...ମୁଖ୍ୟମନ୍ତ୍ରୀ ପଚାରିଲେ ନବୀନ ପଟ୍ଟନାୟକ ଭଲ କି...

ଅଣଓଡ଼ିଆ ଚଳାଉଛନ୍ତି ସରକାର ବୋଲି କହି ବର୍ଷିଛନ୍ତି ଶାହ । ନବୀନ ବାବୁ ସରକାର ଚଳାଉଛନ୍ତି କି ପ୍ରଶ୍ନ କରିଛନ୍ତି । ଏଠାରେ ବାବୁମାନେ ସରକାର ଚଳାଉଛନ୍ତି । ଯଦି ବାବୁଙ୍କୁ ଦେବାର ଥିଲା, ଓଡ଼ିଆ ବାବୁଙ୍କୁ ହେଲେ ଦେଇଥାନ୍ତେ । ନବୀନ ୱାନ୍‌ ନେସନ, ୱାନ୍‌ ରାସନ କାର୍ଡ କରୁନାହାନ୍ତି । ରାସନ ହଡ଼ପ କରିବା ଲକ୍ଷ୍ୟରେ ତାଙ୍କ ବାବୁମାନେ ଏହା ଲାଗୁ କରୁନାହାନ୍ତି ବୋଲି କହିଛନ୍ତି ।

ବିଜେପି ସରକାର ଆସିଲେ ୱାନ୍‌ ନେସନ ୱାନ୍‌ ରାସନ କାର୍ଡ ଲାଗୁ ହେବ । ୫ ବର୍ଷ ବିଜେପିକୁ ଦିଅନ୍ତୁ, ଓଡ଼ିଶାର କେହି ରୋଜଗାର ପାଇଁ ବାହାରକୁ ଯିବେନି ବୋଲି ଦୃଢ଼ୋକ୍ତି ବାଢ଼ିଛନ୍ତି ଶାହ । ଓଡ଼ିଶାରେ ପାଣିର ଭଣ୍ଡାର ଅଛି, ଜଳସେଚନ ବ୍ୟବସ୍ଥା ନାହିଁ । ବିଜେପି ଆସିଲେ ବ୍ୟାପକ ଜଳସେଚନ ବ୍ୟବସ୍ଥା କରାଯିବ । ଆଖୁ ଚାଷୀଙ୍କୁ ସମୃଦ୍ଧ କରିବା ବ୍ୟବସ୍ଥା କରିବ ବିଜେପି । ଗଂଜାମ ନବୀନ ବାବୁଙ୍କ ଜିଲ୍ଲା, ହେଲେ ଏଠାରେ ଗୋଟିଏ ବି କାରଖାନା ବସିନି ବୋଲି କହିଛନ୍ତି ।

ଆମକୁ ଜିତାନ୍ତୁ, ଗଂଜାମକୁ ଦେଶର ନମ୍ବର ୱାନ୍‌ ଜିଲ୍ଲା କରାଯିବ । ଗରିବଙ୍କ ଚିଟ୍‌ଫଣ୍ଡ ଟଙ୍କା ଖାଇଥିବା ଲୋକଙ୍କୁ ସାବାଡ଼ କରାଯିବ । ୧୮ ମାସ ମଧ୍ୟରେ ସେଭଳି ଲୋକଙ୍କୁ ଓଲଟା ଲଟକାଇ ସିଧା କରାଯିବ ବୋଲି ଶାହ କହିଛନ୍ତି ।