Advertisment

ବୁଧବାର ଓଡ଼ିଶା ଦେଖିବ ନୂଆ ମୁଖ୍ୟମନ୍ତ୍ରୀ, ଅପରାହ୍ମ ୪ଟା ୪୫ରେ ନେବେ ଶପଥ

ଅପରାହ୍ନ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Odisha BJP Govt CM Oath Taking Ceremony

Odisha Election

ବୁଧବାର ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ବୁଧବାର ୨ଟା ୧୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ବିମାନ ବନ୍ଦରରୁ ସିଧା ରାଜଭବନ ଯିବେ ପ୍ରଧାନମନ୍ତ୍ରୀ ।

Advertisment

ରାଜଭବନରୁ ବାହାରି ଜନତା ମଇଦାନ ସମାରୋହରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜୟଦେବ ବିହାରରୁ ଏକ ରୋଡ୍‌ ଶୋ’ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନତା ମଇଦାନରେ ପହଞ୍ଚିବେ ବୋଲି କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ, ଏକାଧିକ ମୁଖ୍ୟମନ୍ତ୍ରୀ ଏହି ଭବ୍ୟ ଶପଥ ଗହଣ ସମାରୋହ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

୧୨ ତାରିଖରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ଆସନ୍ତା ୧୨ ତାରିଖରେ ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Advertisment

ସେଠାରୁ ଫେରିବା ପରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିବେ ମୋଦି। ଗିରୀଶ ମୁର୍ମୁଙ୍କ ନାଁ ମୁଖ୍ୟମନ୍ତ୍ରୀ ଚର୍ଚ୍ଚାରେ ଥିବା ପ୍ରସଙ୍ଗରେ ତୋମର କହିଛନ୍ତି, ମୋ ଜାଣିବାରେ ସେଭଳି କିଛି ନାହିଁ । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ ।

ବିଜେପି ବିଧାୟକ ଦଳ ବୈଠକରେ ଯୋଗଦେବେ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ । ଆସନ୍ତାକାଲି ବିଧାୟକ ଦଳ ବୈଠକ ବସିବ। ସେଠାରେ ନବନିର୍ବାଚିତ ବିଜେପି ବିଧାୟକଙ୍କ ସହ ଆଲୋଚନା କରିବେ ବିଜେପିର ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ।

Narendra Modi Odisha CM Odisha Chief Minister Oath Taking Ceremony General Election 2024
Advertisment
Advertisment