ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍; ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ବଲାଙ୍ଗିର ସଂସଦୀୟ କ୍ଷେତ୍ରରେ ଥିବା ପାଟଣାଗଡ଼ ବିଧାନସଭା କ୍ଷେତ୍ରରେ ୧୭ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ ହେବ । କଣ୍ଟାବାଂଜିରେ ୧୩ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ଯାଏଁ ଭୋଟ ହେବ ।

ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ବି‍ଜ୍ଞପ୍ତି

ଆସନ୍ତା ମେ’ ୨୦ରେ ଓଡ଼ିଶାରେ ହେବ ଦ୍ବିତୀୟ ପର୍ଯ୍ୟାୟ ଭୋଟ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ ।

ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ସେହିପରି ବରଗଡ଼ ଲୋକସଭା ଅନ୍ତର୍ଗତ ଅନ୍ୟ ୬ ବିଧାନସଭା କ୍ଷେତ୍ର ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ । ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ବଣାଇରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ। ସେହିପରି ଅନ୍ୟ ସମସ୍ତ ୬ ବିଧାନସଭା କ୍ଷେତ୍ର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ ।

ଅଧିକ ପଢ଼ନ୍ତୁ: କମ୍ପିଲାଣି ମୈଦାନ, ବାଲେଶ୍ୱରବାସୀଙ୍କ ମନ ଜିତିବା ପାଇଁ BJP-BJD ର ଜୋରଦାର ପ୍ରଚାର

ବଲାଙ୍ଗିର ସଂସଦୀୟ କ୍ଷେତ୍ରରେ ଥିବା ପାଟଣାଗଡ଼ ବିଧାନସଭା କ୍ଷେତ୍ରରେ ୧୭ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ ହେବ । କଣ୍ଟାବାଂଜିରେ ୧୩ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ଯାଏଁ ଭୋଟ ହେବ । ତେବେ ଅନ୍ୟ ୫ ବିଧାନସଭା କ୍ଷେତ୍ର ବଲାଙ୍ଗିର, ଟିଟିଲାଗଡ଼, ବୀରମହାରାଜପୁର, ସୋନପୁର, ଲୋଇସିଂହାରେ ସକାଳ ୭ଟାରୁ ୬ଟା ଯାଏଁ ଭୋଟ ହେବ ।

କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭଂଜନଗରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ହେବ । ସେହିପରି ଦଶପଲ୍ଲାରେ ସକାଳ ୭ଟାରୁ ଅପରାହ୍ଣ ୫ଟା, ବୌଦ୍ଧ ଓ କଣ୍ଟାମାଳରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ହେବ । ତେବେ ବାଲିଗୁଡ଼ାର ୧୫ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୫ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

ଜି ଉଦୟଗିରିର ୮ଟି ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୫ଟା ଓ ଅନ୍ୟ ବୁଥରେ ସକାଳ ୭ଟାରୁ ୪ଟା ଭୋଟ ଗ୍ରହଣ ହେବ । ଫୁଲବାଣୀରେ ୨୩ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ହେବ । ତେବେ ଆସିକା ଲୋକସଭା କ୍ଷେତ୍ରର ସମସ୍ତ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ ।

ଅଧିକ ପଢ଼ନ୍ତୁ: ରିଲ୍ସରେ ଜମୁଛି ପ୍ରଚାର; ଟ୍ରେଣ୍ତିଂ ଗୀତରେ ନିର୍ବାଚନ ଗୀତ ପ୍ରସ୍ତୁତ କରୁଛନ୍ତି ନେତା