Advertisment

ମେ’ ୨୫ରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍; ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।

author-image
Sonali Ojha
ଅଦ୍ୟତନ ହୋଇଛି
3rd Phase voting On May 25 in Odisha

3rd Phase voting

ଆସନ୍ତା ମେ’ ୨୫ରେ ଓଡ଼ିଶାରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଏବଂ ଏହି ଲୋକସଭା କ୍ଷେତ୍ର ଅଧିନ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ । ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।

Advertisment

ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ଲକ୍ଷ ୪୧ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮,୨୬,୩୭୫ଜଣ ପୁରୁଷ ଏବଂ ୪୬,୧୪,୧୩୪ଜଣ ମହିଳା, ୧୨୮୮ଜଣ କିନ୍ନର ଭୋଟର ଅଛନ୍ତି।

ଅଧିକ ପଢ଼ନ୍ତୁ: ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗରେ ଦୁଇ ଶିକ୍ଷକ ନିଲମ୍ବିତ, ବିଜେଡି ସଭାରେ ହୋଇଥିଲେ ସାମିଲ

Advertisment

ଏହାସହ ଆଜି ପ୍ରକାଶ ପାଇଛି ଏହି ୬ଟି ଲୋକସଭା କ୍ଷେତ୍ରରେ ନିର୍ବାଚନ ସମୟ। କେନ୍ଦୁଝର,ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ହେବ। ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରର କୁଚିଣ୍ଡା, ରେଢାଖୋଲରେ ସକାଳ ୭ଟାରୁ ୪ଟା ଯାଏ ଭୋଟିଂ ହେବ। ଦେଓଗଡ଼ରେ ସକାଳ ୭ଟାରୁ ଅପରାହ୍ଣ ୫ଟା ଯାଏଁ ଭୋଟ୍ ହେବ। ରେଙ୍ଗାଲି, ସମ୍ବଲପୁର, ଛେଣ୍ଡିପଦା, ଆଠମଲ୍ଲିକରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ଚାଲିବ।

ସେପଟେ ଆଜି ମେ ୨୫ ରେ ହେବାକୁ ଥିବା ନିର୍ବାଚନ ପାଇଁ କିଛି ହେଭିୱେଟ୍ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ଦାଖଲ କରିଛନ୍ତି। ବିଜେପିର ଲୋଇସିଂହା ବିଧାନସଭା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ଆଜି ଏକ ବିରାଟ ପଟୁଆରରେ ତାଙ୍କ ନାମାଙ୍କନ ଦାଖଲ କରିଛନ୍ତି। ସେ ଏକ ବିରାଟ ଶୋଭାଯାତ୍ରାରେ ବଲାଙ୍ଗିର ଶିବମନ୍ଦିର ଛକରୁ ବାହାରି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଏହି ଅବସରରେ ହଜାର ହଜାର ବିଜେପି କର୍ମୀ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ସେହିପରି ପୁରୀ ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର, ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକ ଓ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ସଂଜୟ ଦାଶବର୍ମା ବିରାଟ ପଟୁଆରରେ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

Odisha Election Election Commission Of India General Elections 2024
Advertisment
Advertisment