Advertisment

ନବୀନ ନିବାସରେ ମୋହନ ମାଝୀ; ନବୀନଙ୍କୁ ଭେଟି କଲେ ନିମନ୍ତ୍ରଣ

ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି । ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନ ନିବାସରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଲେ ମୋହନ ମାଝୀ। କହିଲେ ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି।

author-image
Sonali Ojha
ଅଦ୍ୟତନ ହୋଇଛି
Mohan Majhi Meet Former CM Naveen Patnaik

Mohan Majhi Meet Former CM Naveen Patnaik

ଆଜିଠୁ ଓଡ଼ିଶାରେ ମୋହନ ସରକାର। ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ମୋହନ ଚରଣ ମାଝୀ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବେ। ସଂଧ୍ୟା ୫ଟାରେ ଶପଥ ନେବ ନୂଆ ସରକାର। ଏଥିପାଇଁ ଭୁବନେଶ୍ବର ଜନତା ମୈଦାନରେ ଭବ୍ୟ ଆୟୋଜନ କରାଯାଇଛି। ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି । ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Advertisment

ନବୀନ ନିବାସରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଲେ ମୋହନ ମାଝୀ। କହିଲେ ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି। ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ ଜଣାଇଲି। ନବୀନ ବାବୁ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଲେ ମୋହନ । ସେହିପରି ଗତକାଲି ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଥିଲେ ବିଜେପିର ୫ ବରିଷ୍ଠ ନେତା। ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ଯାଇ ନିମନ୍ତ୍ରଣ କରିଥିଲେ। ତେବେ ନବୀନ ବାବୁ ନିଶ୍ଚୟ ପହଞ୍ଚିବେ ବୋଲି କହିଥିବା ସୂଚନା ଦେଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ଅଧିକ ପଢ଼ନ୍ତୁ: ଓଡ଼ିଶାର ମଙ୍ଗ ଧରିଲେ ମୋହନ ମାଝୀ; ଆସନ୍ତୁ ଜାଣିବା ତାଙ୍କର ପୂରା ରାଜନୈତିକ କ୍ୟାରିୟର୍

Advertisment

ଗତକାଲି ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ ମୋହନ ମାଝୀ। ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଥିଲେ ରାଜ୍ୟପାଳ। ୨୦୨୪ ନିର୍ବାଚନରେ ପ୍ରଚଣ୍ଡ ଜନମତ ସହ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଏକାକୀ ସରକାର ଗଢୁଥିବା ବିଜେପିର ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଶପଥ ସମାରୋହକୁ ଭବ୍ୟ, ବିଶାଳ ଏବଂ ବର୍ଣ୍ଣାଢ୍ୟ କରିବାକୁ ସଜେଇ ହୋଇଛି ରାଜଧାନୀର ଜନତା ମୈଦାନ। ବହୁ ଭିଭିଆଇପି ଯୋଗ ଦେବେ। କେନ୍ଦ୍ରମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ଏନଡିଏ ଓ ବିଜେପି ଶାସିତ ରାଜ୍ୟର କିଛି ମୁଖ୍ୟମନ୍ତ୍ରୀ, ରାଜ୍ୟ ଓ ରାଜ୍ୟ ବାହାରର ବହୁ ସାଧୁସନ୍ଥ ଏବଂ ରାଜନୀତି, କ୍ରୀଡ଼ା, ବ୍ୟବସାୟ ଓ ମନୋରଞ୍ଜନ ଆଦି କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର କିଛି ବିଶିଷ୍ଟ ବ୍ୟକ୍ତି ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ପ୍ରାୟ ୩୦ ହଜାର ଲୋକଙ୍କ ସମାଗମ ସମ୍ଭାବନା ରହିଛି।

ସେପଟେ ଶପଥ ସମାରୋହକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି। ଏଥିରେ ମୋଟ୍ ୬୭ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ରହିବେ। ତମାମ କାର୍ଯ୍ୟକ୍ରମ ପାଇଁ ଜଣେ ଆଇଜି ଓ ଦୁଇ ଜଣ ଡିଆଇଜିଙ୍କୁ ଦାୟିତ୍ଵ ଦିଆଯାଇଛି। ଜନତା ମୈଦାନରେ ଆଇଜି ପ୍ରବୀଣ କୁମାର ସୁରକ୍ଷା ଦାୟିତ୍ଵ ତଦାରଖ କରିବେ। ଡିଆଇଜି ସାର୍ଥକ ଷଡଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ କଟକଣା କଥା ବୁଝିବେ। ୧୩ ଡିସିପି, ୧୮ଜଣ ଏଡିସିପି ରାଙ୍କ ଅଧିକାରୀ, ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ଜଣ ଏସଆଇ ସୁରକ୍ଷା ଦାୟିତ୍ଵରେ ରହିବା ନେଇ ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।

ଅଧିକ ପଢ଼ନ୍ତୁ: ୪ ଥର ବିଧାୟକ ପରେ ବି ମୋହନଙ୍କ ଚାଳ ଛପର ଘର !

Naveen Patnaik Naveen Niwas Mohan Majhi General Election 2024
Advertisment
Advertisment